Latest Odisha News

ରେଳମନ୍ତ୍ରୀ ଭାବରେ ଦାୟିତ୍ୱ ନେଲେ ଅଶ୍ୱିନୀ ବୈଷ୍ଣବ

ନୂଆଦିଲ୍ଲୀ: କେନ୍ଦ୍ରରେ ନୂଆ ରେଳ ମନ୍ତ୍ରୀ ହୋଇଛନ୍ତି ଅଶ୍ୱିନୀ ବୈଷ୍ଣବ । ଆଜି ସେ ବିଧିବଦ୍ଧ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି । ରେଳମନ୍ତ୍ରୀ ସହ ତାଙ୍କୁ ସୂଚନା ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ପଦ ମିଳିଛି । ରେଳମନ୍ତ୍ରୀ ଭାବରେ ଦାୟିତ୍ୱ ନେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି ଅଶ୍ୱିନୀ ବୈଷ୍ଣବ ।

ସେ ଓଡ଼ିଶାରୁ ରାଜ୍ୟସଭା ସାଂସଦ ଅଛନ୍ତି । ଦୁଇ ଦୁଇଟି ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରାଳୟର ମନ୍ତ୍ରୀ ହୋଇଛନ୍ତି । ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଅଶ୍ୱିନୀ ବୈଷ୍ଣବ ।

Comments are closed.