ଭୁବନେଶ୍ୱର : ପବିତ୍ର ରଥଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି। ତା ସହିତ ଗତ ୨୪ ବର୍ଷ ହେଲା ବିଜୁ ଜନତା ଦଳ ଓଡ଼ିଶାବାସୀଙ୍କ ଆଶା ଓ ବିଶ୍ବାସର ପ୍ରତୀକ ହୋଇଛି । ମହିଳା, ଯୁବ, ଛାତ୍ର, ଚାଷୀ, ଶ୍ରମିକ, ଗରିବ, ଅନୁସୂଚିତ ଜାତି ଓ ଜନଜାତି, ସଂଖ୍ୟାଲଘୁ ସମ୍ପ୍ରଦାୟ, ଅନ୍ୟାନ୍ୟ ପଛୁଆ ବର୍ଗ ସମସ୍ତଙ୍କ ବିପୁଳ ସମର୍ଥନ ପାଇ ଆଜି ଦଳରେ କୋଟିଏରୁ ଅଧିକ ସଦସ୍ୟ ସାମିଲ ହୋଇଛନ୍ତି ।
ଆଜି ପବିତ୍ର ରଥଯାତ୍ରାରେ ମୁଖ୍ୟମନ୍ତ୍ରୀ ନୂତନ କାର୍ଯ୍ୟାଳୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି I ଏହି କାର୍ଯ୍ୟାଳୟରେ ଓଡ଼ିଶାବାସୀଙ୍କ ସେବା ପାଇଁ ବିଭିନ୍ନ ଶାଖା କାର୍ଯ୍ୟକ୍ଷମ ହେବା ସହିତ ରକ୍ତଦାନ ଏବଂ ଅନ୍ୟାନ ସାମାଜିକ କଲ୍ୟାଣ କାର୍ଯ୍ୟକ୍ରମ ଚାଲୁ ରହିବ । ଏହା କେବଳ ଦଳୀୟ କାର୍ଯ୍ୟାଳୟ ହେବ ନାହିଁ, ବରଂ ଏହା ଓଡ଼ିଶାର ଲୋକଙ୍କ ପାଇଁ ସେବା ଓ ସମର୍ପଣର ପ୍ରତୀକ ହେବ । ଏବଂ ଓଡ଼ିଆ ସ୍ବାଭିମାନର ଜାଗ୍ରତ ପ୍ରହରୀ ଭାବରେ କାର୍ଯ୍ୟ କରିବ ।ଏହି ଶୁଭ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ଦଳର ସଭାପତିଙ୍କ ପଦକ୍ଷେପକୁ ପ୍ରତ୍ୟେକ ବିଜେଡି ସଦସ୍ୟ ଏବଂ ପ୍ରେମୀଙ୍କ ତରଫରୁ ମୁଁ କୃତଜ୍ଞତା ଓ ଅଭିନନ୍ଦନ ଜଣାଉଛି I ଦଳର ଯୁବ ଓ ଛାତ୍ର ଶ୍ରମଦାନ କରି ନିଜ ଘରର କାମ ଭାବି ଏହି କାର୍ଯ୍ୟକ୍ରମରେ ସାମିଲ ହେବେ । ଏହା ମାଧ୍ୟମରେ ସାଢ଼େ ଚାରି କୋଟି ଓଡ଼ିଶାବାସଙ୍କ ସେବା କରିବାକୁ ବିଜୁ ଜନତା ଦଳର ସମସ୍ତ କାର୍ଯ୍ୟକର୍ତ୍ତା ନିଜକୁ ସମର୍ପିତ କରିବେ ।
Comments are closed.