ପୁରୀ : ଜନ୍ମବେଦୀ ଗୁଣ୍ଡିଚା ମନ୍ଦିରରେ ସରି ସରି ଆସୁଛି ମହାପ୍ରଭୁଙ୍କ ଲୀଳାଖେଳା । ହେରାପଞ୍ଚମୀ ପରଦିନ ତିନି ରଥର ଦକ୍ଷିଣମୋଡ କରାଯାଇଛି ।ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥକୁ ଦକ୍ଷିଣମୋଡ କରାଯାଇଥିଲା। ଏହା ପୂର୍ବରୁ ଭୋଇ ସେବକଙ୍କ ଦ୍ୱାରା ରଥର ବ୍ରେକ ଓ ଦଉଡି ସଂଯୋଗ କରାଯାଇଥିଲା।ରାସ୍ତାର ଦୁଇ ପାର୍ଶ୍ଵରେ ଦକ୍ଷିଣମୋଡ ପାଇଁ ଅସ୍ଥାୟୀ ବାଲି ବସ୍ତା ବିଛାଯାଇଥିଲା। ବିଜେ କାହାଳୀ ବାଜିବା ପରେ ଆରକ୍ଷୀ ବାହିନୀ ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ,ପରେ ବଳଭଦ୍ରଙ୍କ ରଥ ଓ ତାପରେ ନନ୍ଦିଘୋଷ ରଥ ଦକ୍ଷିଣମୋଡ କରିଥିଲେ ଦର୍ପଦଳନ ପରେ ତାଳଧ୍ୱଜ ଓ ଶେଷରେ ନନ୍ଦିଘୋଷ ରଥର ଦକ୍ଷିଣ ମୋଡ କରାଯାଇଥିଲା।
ଗତବର୍ଷ କେବଳ ସେବାୟତ ମାନେ ଦକ୍ଷିଣମୋଡ କରିଥିବା ବେଳେ ଚଳିତବର୍ଷ ଆରକ୍ଷୀ ବାହିନୀ ମହାପ୍ରଭୁଙ୍କ ତିନିରଥକୁ ଦକ୍ଷିଣମୋଡ କରିଛନ୍ତି। ତାପରେ ବାହୁଡାଯାତ୍ରା ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି। ସିଆରପିସିର ଧାରା ୧୪୪ ଅନୁଯାୟୀ କେବଳ ଜରୁରୀକାଳୀନ ସେବାକୁ ବାଦ୍ ଦେଲେ ଆଉ କାହାରିକୁ ଛଡ଼ାଯିବ ନାହିଁ ।ବଡ଼ଦାଣ୍ଡରେ କୌଣସି ଗାଡି ଗଡ଼ିବ ନାହିଁ । ବଡଦାଣ୍ଡରେ ଥିବା ସମସ୍ତ କୋଠା ଯାଞ୍ଚ ହେବ ସହ ସଂଯୋଗ କରୁଥିବା ପ୍ରତ୍ୟେକ ରାସ୍ତା ସିଲ ହେବ। ବାହୁଡା ଯାତ୍ରାରେ କଟକଣା ଆହୁରି କଡାକଡି କରାଯିବା ସହ କର୍ଫ୍ୟୁ ଉଲଂଘନ ଘଟଣାର ପୁନରାବୃତ୍ତି ନହେବାକୁ ନିଆଯାଉଛି କଡା ପଦକ୍ଷେପ ।
BREAKING NEWS
- Gun Found: ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗ୍ରୁ ମିଳିଲା ବନ୍ଧୁକ
- Jaundice Outbreak: ରାୟଗଡ଼ାରେ ଜଣ୍ଡିସ୍ ଆତଙ୍କ, ଗୋଟିଏ ସପ୍ତାହରେ ୧୨ ଆକ୍ରାନ୍ତ
- Weather Update: ପୁଣି ଥରେ ଥରାଇବ ଶୀତ, କୁହୁଡ଼ି ନେଇ ୩ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ
- ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ଗାଏବ, ଭାଙ୍ଗିଲା ୨୭୪ ମିଲିୟନ ଫଲୋଅର୍ସଙ୍କ ହୃଦୟ
- Leh Air Force Station: ଲେହ ଏୟାରଫୋର୍ସ ଷ୍ଟେସନକୁ ମିଳିଲା ନୂଆ ରନୱେ, ୨୧ ମାସ ମଧ୍ୟରେ ସମ୍ପୂର୍ଣ୍ଣ ହେଲା…
- Delivery Boy: ବିଲ ଭିତରୁ ଡେଲିଭରି ବୟଙ୍କ ମୃତଦେହ ଉଦ୍ଧାର;ହତ୍ୟା ଅଭିଯୋଗ ଆଣିଲେ ବାପା
- World Bank President:ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଶ୍ୱ ବ୍ୟାଙ୍କ ଅଧ୍ୟକ୍ଷ; ନିଯୁକ୍ତି ସୁଯୋଗ ସୃଷ୍ଟିକୁ କଲେ ପ୍ରଶଂସା
- ଗୋପାଳପୁର ବେଳାଭୂମି ମହୋତ୍ସବକୁ ପର୍ଯ୍ୟଟନ କ୍ୟାଲେଣ୍ଡରରେ ସ୍ଥାନ ଦିଆଯାଉ: ସିଦ୍ଧାନ୍ତ ମହାପାତ୍ର
- Kotia: କୋଟିଆରେ ଆନ୍ଧ୍ରର ସର୍ଭେ ଟିମ୍; ଆକଟ କରିବାରୁ ପୋଲିସ ସହ ବଚସା
- ଦିନିକିଆ କ୍ରିକେଟରେ ଏହି ବ୍ୟାଟ୍ସମ୍ୟାନ ମାରି ପାରି ନାହାନ୍ତି ଛକା
Comments are closed.