Latest Odisha News

BREAKING NEWS

ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ, ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ବର : ଉତ୍ତର ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହେଲା ଲଘୁଚାପ । ଏହାର ପ୍ରଭାବରେ ଆସନ୍ତା ୫ଦିନ ପର୍ଯ୍ୟନ୍ତ ସାରା ରାଜ୍ୟରେ ଲାଗି ରହିବ ବର୍ଷା । ଏହାସହ ଆଗାମୀ ୨୪ ଘଣ୍ଟା ପାଇଁ ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହାସହ ଆସନ୍ତାକାଲି ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି କହିଛି ପାଣିପାଗ ବିଭାଗ ।

ୟେଲୋ ଆଲର୍ଟ ଜାରି ହୋଇଥିବା ୧୨ଟି ଜିଲ୍ଲା ହେଲା ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ଼, ଦେବଗଡ଼, ବାଲେଶ୍ବର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର ଓ କଟକ । ଲଘୁଚାପ ପାଇଁ ଏହି ୧୨ ଜିଲ୍ଲାକୁ ସତର୍କତା ଜାରି ହୋଇଛି । ଆସନ୍ତାକାଲି ୬ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଅଗଷ୍ଟ ୧ ତାରିଖ ପର୍ଯ୍ୟନ୍ତ ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ହେବ । ବର୍ଷା ସମୟରେ ଘଣ୍ଟାପ୍ରତି ୪୦ ରୁ ୫୦ କିମି ବେଗରେ ପଦନ ବହିବ । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ତେଣୁ ୩୦ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରିଛି ପାଣିପାଗ ବିଭାଗ ।

Leave A Reply

Your email address will not be published.