Latest Odisha News

BREAKING NEWS

ପୁରୁଷ ହକି ଟିମକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : କ୍ବାର୍ଟର ଫାଇନାଲରେ ଭାରତୀୟ ପୁରୁଷ ହକି ଟିମର ଦମଦାର ବିଜୟ । ଗ୍ରେଟ୍ ବ୍ରିଟେନକୁ ୩-୧ ଗୋଲରେ ହରାଇ ସେମିଫାଇନାଲରେ ପ୍ରବେଶ କରିଛି ଭାରତ । ତେବେ ଭାରତୀୟ ପୁରୁଷ ଟିମର ବିଜୟରେ ଖୁସି ମନାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦୀର୍ଘ ୪୧ ବର୍ଷ ପରେ ଭାରତୀୟ ପୁରୁଷ ହକି ଟିମ ଅଲିମ୍ପିକ୍ସର ସେମିଫାଇନାଲରେ ପ୍ରବେଶ କରିଥିବାରୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀ ନବୀନ ନିବାସରେ ଆଜିର ମ୍ୟାଚକୁ ପୂରାପୂରି ଉପଭୋଗ କରିଥିଲେ । ସେମିଫାଇନାଲରେ ଭାରତୀୟ ପୁରୁଷ ହକି ଟିମ ବେଲଜିୟମକୁ ଭେଟିବାକୁ ଯାଉଥିବା ବେଳେ, ଦଳର ସଫଳତା କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ସହ 5T ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ ମଧ୍ୟ ମ୍ୟାଚକୁ ଉପଭୋଗ କରିଥିଲେ ।

Comments are closed.