Latest Odisha News

BREAKING NEWS

ଅଗଷ୍ଟ ୧୬ରୁ ଖୋଲିବ କଲେଜ

ଭୁବନେଶ୍ୱର:  ଅଗଷ୍ଟ ୧୬ରୁ ଖୋଲିବ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ । ପୂର୍ବରୁ ବୈଷୟିକ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ଖୋଲିବା ନେଇ ଅନୁମତି ଦିଆଯାଇଥିବା ବେଳେ ଏବେ ଅଣ ବୈଷୟିକ କଲେଜ ଓ ୟୁନିଭର୍ସିଟି ଖୋଲିବାକୁ ଅନୁମତି ଦିଆଯାଇଛି । ଏ ନେଇ ଟ୍ୱିଟ୍ ଯୋଗେ ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । 

 

ଅଫଲାଇନ୍‌ରେ କ୍ଳାସ୍ ହେବ ।  ପିଜି ପ୍ରଥମ ବର୍ଷ ୟୁଜି ପ୍ରି ଫାଇନାଲ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ହଷ୍ଟେଲ ମଧ୍ୟ ଖୋଲାଯିବ । ତେବେ ପୂର୍ବ ନିଷ୍ପତ୍ତି ଅନୁଯାୟୀ ପିଜି ଏବଂ ୟୁଜି ଶେଷ ବର୍ଷ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଅନ୍‌ଲାଇନ୍ ମାଧ୍ୟମରେ ହେବ ।

ଅଗଷ୍ଟ ୯ ତାରିଖରୁ ରାଜ୍ୟର ସବୁ ବୈଷୟିକ ଶିକ୍ଷାନୁଷ୍ଠାନ ଖୋଲିବ। ହେଲେ କେବଳ ଶେଷ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ ଖୋଲିବ ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ। ଏନେଇ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟର ବିଭିନ୍ନ ସ୍ଥାନ ତଥା ରାଜ୍ୟ ବାହାରୁ ମଧ୍ୟ ଛାତ୍ରଛାତ୍ରୀ ଆସିବାକୁ ଥିବାରୁ ବୈଷୟିକ ଶିକ୍ଷାନୁଷ୍ଠାନ ଗୁଡ଼ିକରେ ଥିବା ହଷ୍ଟେଲ ଗୁଡ଼ିକୁ ମଧ୍ୟ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି।  କୋଭିଡ ଗାଇଡଲାଇନ୍‌ ଅନୁଯାୟୀ, ସିଟିଂ ଆରେଞ୍ଜମେଣ୍ଟ କରାଯିବ। ତା’ସହିତ ସାମାଜିକ ଦୂରତା ଅବଲମ୍ବନ କରାଯିବ।

Comments are closed.