Latest Odisha News

BREAKING NEWS

ରାଜଧାନୀ ସମେତ ରାଜ୍ୟର ଏହି ୧୩ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ତିନି ଘଣ୍ଟା ମଧ୍ୟରେ କଟକ ଏବଂ ଭୁବନେଶ୍ୱରର ସମେତ ଓଡିଶାର ୧୩ ଟି ଜିଲ୍ଲାର କେତେକ ସ୍ଥାନରେ ବଜ୍ରପାତ ସହ ବର୍ଷା ହେବା ସମ୍ଭାବନା ରହିଛି। ଏ ନେଇ ଆଇଏମ୍‌ଡି ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଭଦ୍ରକ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, କେନ୍ଦ୍ରାପଡା, ଜଗତସିଂହପୁର, ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାରେ ବଜ୍ରପାତ ସହ ହାଲୁକା ମଧ୍ୟମ ଧରଣଣ ଝଡ ବର୍ଷା ହେବାର ସମ୍ଭାବନା ରହିଛି।

ଲୋକଙ୍କୁ ପାଣିପାଗ ଉପରେ ନଜର ରଖିବାକୁ ଏବଂ ବଜ୍ରପାତରୁ ନିଜକୁ ରକ୍ଷା କରିବା ପାଇଁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

Leave A Reply

Your email address will not be published.