ଭୁବନେଶ୍ୱର: ଆସନ୍ତା ତିନି ଘଣ୍ଟା ମଧ୍ୟରେ କଟକ ଏବଂ ଭୁବନେଶ୍ୱରର ସମେତ ରାଜ୍ୟର ୨୨ଟି ଜିଲ୍ଲାରେ ବଜ୍ରପାତ ସହ ଝଡବର୍ଷାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି।
ଯାଜପୁର, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ନୟାଗଡ଼, ବରଗଡ, ବଲାଙ୍ଗୀର, ଅନୁଗୁଳ, ଗଞ୍ଜାମରେ ବଜ୍ରପାତ ସହ ହାଲୁକା ମଧ୍ୟମ ଝଡବର୍ଷା ଆଶଙ୍କା ରହିଛି। ଗଜପତି, କୋରାପୁଟ, ନବରଙ୍ଗପୁର, ନୁଆପଡା, ସମ୍ବଲପୁର, କେନ୍ଦ୍ରାପଡା, ଜଗତସିଂହପୁର, ସୁନ୍ଦରଗଡ, ଦେଓଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଏବଂ ଭଦ୍ରକରେ ଆସନ୍ତା ତିନି ଘଣ୍ଟା ମଧ୍ୟରେ ବଜ୍ରପାତ ସହ ଝଡବର୍ଷା ସମ୍ଭାବନା ରହିଛି।
ପାଣିପାଗ ବିଭାଗ ଲୋକମାନଙ୍କୁ ପାଣିପାଗ ଉପରେ ନଜର ରଖିବାକୁ ଏବଂ ବଜ୍ରପାତରୁ ନିଜକୁ ରକ୍ଷା କରିବା ପାଇଁ ସୁରକ୍ଷିତ ସ୍ଥାନକୁ ଯିବାକୁ ପରାମର୍ଶ ଦେଇଛି।
Comments are closed.