ଭୁବନେଶ୍ବର : ଆସନ୍ତାକାଲିଠୁ ଖୋଲିବ ରାଜ୍ୟର ସମସ୍ତ ଆଇଟିଆଇ ପଲିଟେକନିକ ଓ ବୈଷୟିକ ଶିକ୍ଷାନୁଷ୍ଠାନ । କେବଳ ଶେଷବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ କଲେଜ ଖୋଲାଯିବ । ମହାମାରୀ କରୋନା ପରେ ପ୍ରଥମଥର ପାଇଁ ଶ୍ରେଣୀ ଗୃହରେ ବସି ପାଠ ପଢ଼ିବେ ଛାତ୍ରଛାତ୍ରୀ । କୋଭିଡ ଗାଇଡ଼ ଲାଇନ ଅନୁସାରେ କେବଳ ଶେଷ ବର୍ଷର ଛାତ୍ରଛାତ୍ରୀ ମାନେ ଶ୍ରେଣୀଗୃହରେ ବସି ପାଠ ପଢ଼ିବେ । ଗାଇଡଲାଇନ ଅନୁସାରେ, କଲେଜରେ ମାସ୍କ, ସାନିଟାଇଜର ବ୍ୟବହାର କରିବା ବାଧ୍ୟତାମୂଳକ । ଯଦି କୌଣସି ଶିକ୍ଷାନୁଷ୍ଠାନ କୋଭିଡ ଗାଇଡଲାଇନ୍ ଉଲ୍ଲଂଘନ କରନ୍ତି, ତେବେ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ପ୍ରାଥମିକ ସ୍ତରରେ କେବଳ ଶେଷବର୍ଷ ଛାତ୍ରଛାତ୍ରୀଙକ ପାଇଁ କଲେଜ୍ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । କୋଭିଡ ସ୍ଥିତିକୁ ଦୃଷ୍ଟିରେ ରଖି ବାକି ଶ୍ରେଣୀର ପାଠପଢ଼ା ପାଇଁ ନିଷ୍ପତ୍ତି ନିଆଯିବ ବୋଲି ସୂଚନା ଦେଇଛନ୍ତି ବିଭାଗୀୟ ମନ୍ତ୍ରୀ ପ୍ରେମାନନ୍ଦ ନାୟକ ।
BREAKING NEWS
- ରାଜଘାଟରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ ମୋଦି, ଲାଲ ବାହାଦୁର ଶାସ୍ତ୍ରୀଙ୍କୁ ମନେ ପକାଇଲେ
- ନୂଆଦିଲ୍ଲୀରେ ଲାଗୁ ହେଲା BNSSର ଧାରା ୧୬୩
- ସୁନ୍ଦରପନ୍ଦା ବୋମା ବିସ୍ଫୋରଣ ମାମଲା, ୨ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା NIA
- ଏସୀୟ କ୍ରୀଡ଼ା: ୭୫ ବର୍ଷରେ ପ୍ରଥମ ଥର ପାଇଁ ଭାରତୀୟ ମହିଳା ରିକର୍ଭ ଟିମ୍ ଜିତିଲା ସ୍ୱର୍ଣ୍ଣ ପଦକ
- ଦଶହରାରେ ପୁଣି ବାତ୍ୟା ଭୟ! ଆସୁଛି ଆଉ ଏକ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା
- ଶ୍ରୀ ଜଗନ୍ନାଥଙ୍କ ଖାତାକୁ ଫେରିବ ମହାପ୍ରଭୁଙ୍କ ଅମୃତ ମଣୋହି ଜମି: ଓଡ଼ିଶା ରାଜସ୍ୱ ପର୍ଷଦ
- ପୁଣି ଭାରତ – ପାକିସ୍ତାନ ମ୍ୟାଚ୍: ଜାଣନ୍ତୁ କେବେ ଖେଳାଯିବ ଏହି ହାଇ ଭୋଲ୍ଟେଜ ମ୍ୟାଚ୍
- Diveagar Beach Tragedy:ପିକନିକ୍ ହେଲା କାଳ;ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ
- ମହାନଦୀ ବିବାଦ ସମାଧାନର ନିକଟତର ହେଉଛୁ,ଅନ୍ୟ ରାଜ୍ୟମାନଙ୍କ ପାଇଁ ‘ମଡେଲ ଡିସ୍ପୁଟ ରିଜୋଲ୍ୟୁସନ୍’ହେବ: ମୁଖ୍ୟମନ୍ତ୍ରୀ
- ‘ବିଜେବି ଫ୍ରେଣ୍ଡସ୍-ଆଲୁମିନି ଆସୋସିଏସନ୍ ଅଫ୍ ବିଜେବି କଲେଜ୍’ ପକ୍ଷରୁ ‘ୟୁଥ୍ ରିମେମ୍ବରିଂ ଗାନ୍ଧୀ’ ପୁରସ୍କାର ସମାରୋହ ଆୟୋଜିତ

Comments are closed.