ଭୁବନେଶ୍ବର : ଆସନ୍ତାକାଲିଠୁ ଖୋଲିବ ରାଜ୍ୟର ସମସ୍ତ ଆଇଟିଆଇ ପଲିଟେକନିକ ଓ ବୈଷୟିକ ଶିକ୍ଷାନୁଷ୍ଠାନ । କେବଳ ଶେଷବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ କଲେଜ ଖୋଲାଯିବ । ମହାମାରୀ କରୋନା ପରେ ପ୍ରଥମଥର ପାଇଁ ଶ୍ରେଣୀ ଗୃହରେ ବସି ପାଠ ପଢ଼ିବେ ଛାତ୍ରଛାତ୍ରୀ । କୋଭିଡ ଗାଇଡ଼ ଲାଇନ ଅନୁସାରେ କେବଳ ଶେଷ ବର୍ଷର ଛାତ୍ରଛାତ୍ରୀ ମାନେ ଶ୍ରେଣୀଗୃହରେ ବସି ପାଠ ପଢ଼ିବେ । ଗାଇଡଲାଇନ ଅନୁସାରେ, କଲେଜରେ ମାସ୍କ, ସାନିଟାଇଜର ବ୍ୟବହାର କରିବା ବାଧ୍ୟତାମୂଳକ । ଯଦି କୌଣସି ଶିକ୍ଷାନୁଷ୍ଠାନ କୋଭିଡ ଗାଇଡଲାଇନ୍ ଉଲ୍ଲଂଘନ କରନ୍ତି, ତେବେ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ପ୍ରାଥମିକ ସ୍ତରରେ କେବଳ ଶେଷବର୍ଷ ଛାତ୍ରଛାତ୍ରୀଙକ ପାଇଁ କଲେଜ୍ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । କୋଭିଡ ସ୍ଥିତିକୁ ଦୃଷ୍ଟିରେ ରଖି ବାକି ଶ୍ରେଣୀର ପାଠପଢ଼ା ପାଇଁ ନିଷ୍ପତ୍ତି ନିଆଯିବ ବୋଲି ସୂଚନା ଦେଇଛନ୍ତି ବିଭାଗୀୟ ମନ୍ତ୍ରୀ ପ୍ରେମାନନ୍ଦ ନାୟକ ।
BREAKING NEWS
- ଡିସେମ୍ବର ୫ରୁ ୧୫; ବିମାନ ବାତିଲ ଉପରେ ମିଳିବ ସମ୍ପୂର୍ଣ୍ଣ ରିଫଣ୍ଡ
- କୋହଲିଙ୍କ ଶତକ ଯୋଗୁ ବୃଦ୍ଧି ହେଲା ଟିକେଟ ବିକ୍ରି
- ରାଜ୍ୟରେ ଖାଲି ପଡିଛି ୧୦୦ ବିଇଓ ପଦବୀ
- Textbooks: ପ୍ରଥମରୁ ଦ୍ୱାଦଶ ଯାଏଁ ପରିବର୍ତ୍ତନ ହେବ ପାଠ୍ୟ ପୁସ୍ତକ…ପିଲା ପଢିବେ ନୂଆ ବହି
- ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ
- ବିମାନ ବାତିଲ ପାଇଁ ହଟହଟା ନବବିବାହିତ; ଭିସିରେ ଯୋଗଦେଲେ…
- ଜାତୀୟ ମୁଦ୍ରାରେ ନେଣଦେଣ କରିବା ଆଡ଼କୁ ଯାଉଛି ଭାରତ-ରୁଷ
- Suspended: ଥାନା ଅଧିକାରୀ ନିଲମ୍ବିତ, ନିକଟରେ ଇନ୍ସପେକ୍ଟରରୁ ଡିଏସପିକୁ ହୋଇଥିଲା ପଦୋନ୍ନତି
- ଶିଶୁକନ୍ୟାକୁ ମାରି ମାଆ ଫେରାର !
- ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବନ୍ଧବାହାଲ ସେକ୍ସନ ଫରେଷ୍ଟର
Comments are closed.