Latest Odisha News

BREAKING NEWS

ରାଜ୍ୟରେ ହଜାରେ ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ହଜାରେ ତଳକୁ ଖସିଲା କରୋନାର ଦୈନିକ କେସ୍ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୮୮୬ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୫୧୨ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩୭୪ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୩, କଟକରୁ ୮୧, ବାଲେଶ୍ୱରରୁ ୬୨, ଯାଜପୁରରୁ ୬୦, ଜଗତସିଂହପୁରରୁ ୫୪ ଓ ପୁରୀରୁ ଚିହ୍ନଟ ହୋଇଛନ୍ତି ୫୩ ସଂକ୍ରମିତ ।

୧୧ ଜିଲ୍ଲାରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୧୦ରୁ ୫୦ ଭିତରେ ରହିଛି । ସେହିପରି ୧୨ ଜିଲ୍ଲାରେ ନୂଆ ସଂକ୍ରମିତଙ୍କ ସଂଖ୍ୟା ୧୦ ଭିତରେ ରହିଛି । ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାରୁ ଆଜି କେହି ସଂକ୍ରମିତ ହୋଇ ନାହାନ୍ତି ।

ରାଜ୍ୟରେ ୨୪ ଘଣ୍ଟାରେ ୬୬ହଜାର ୬୩ କୋଭିଡ୍ ଟେଷ୍ଟ ହୋଇଛି । ପଜିଟିଭ୍ ହାର ରହିଛ ୧.୩୪ ପ୍ରତିଶତ । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୯ଲକ୍ଷ ୮୭ହଜାର ୯୫୬କୁ ବୃଦ୍ଧି ପାଇଛି । ସୁସ୍ଥ ହେଲେଣି ୯ଲକ୍ଷ ୬୯ହଜାର ୯୧୬ ସଂକ୍ରମିତ । ଏବେ ରାଜ୍ୟରେ ୧୧ହଜାର ୪୮୬ ଆକ୍ଟିଭ୍ କେସ୍ ରହିଛି ।

Comments are closed.