ଭୁବନେଶ୍ୱର: ଓଡ଼ିଶା ଫେରିଛନ୍ତି ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ପୁରୁଷ ଓ ମହିଳା ହକି ଟିମରେ ଭାଗ ନେଇଥିବା ୪ ଓଡ଼ିଆ ଖେଳାଳି । ପୁରୁଷ ହକି ଦଳର ଉପଅଧିନାୟକ ବୀରେନ୍ଦ୍ର ଲାକ୍ରା ଓ ଡିଫେଣ୍ଡର ଅମିତ ରୋହିଦାସ ଏବଂ ମହିଳା ଟିମର ଉପଅଧିନାୟିକା ଦୀପଗ୍ରେସ ଏକ୍କା ଓ ନମିତା ଟପ୍ପୋ । ସେମାନଙ୍କୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସମ୍ବର୍ଦ୍ଧିତ କରିବେ ।

ଗତକାଲି ଦିଲ୍ଲୀରୁ ୪ ହକି ତାରକା ଭୁବନେଶ୍ୱରରେ ପହଞ୍ଚିଥିଲେ । ବିମାନବନ୍ଦରରେ ସେମାନଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା ଦିଆଯାଇଥିଲା । ରାଜ୍ୟ ସରକାରଙ୍କ ପକ୍ଷରୁ କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ଜେନା, କ୍ରୀଡ଼ା ସଚିବ ଆର୍. ଭିନିଲକ୍ରିଷ୍ଣା, ପୂର୍ବତନ ହକି ଖେଳାଳି ଦିଲ୍ଲୀପ ତିର୍କୀଙ୍କ ସମେତ ଖେଳାଳିଙ୍କ ପରିବାର ସେମାନଙ୍କୁ ସ୍ୱାଗତ କରିଥିଲେ ।

ଅଲିମ୍ପିକ୍ସରେ ଭାରତୀୟ ପୁରୁଷ ହକି ଦଳ ବ୍ରୋଞ୍ଚ ମେଡାଲ୍ ଜିତିଛି । ୪୧ ବର୍ଷ ପରେ ପଦକ ଜିତିବା ସହ ନୂଆ ଇତିହାସ ରଚିଛି ଭାରତ । ସେହିପରି ମହିଳା ହକି ଟିମ୍ ପ୍ରଥମ ଥର ଅଲିମ୍ପିକ୍ସ ସେମିଫାଇନାଲ୍ ଖେଳିଛି । ବ୍ରୋଞ୍ଜ ମେଡାଲରୁ ବଞ୍ଚିତ ହୋଇଥିଲେ ବି ଅଲିମ୍ପିକ୍ସରେ ଖେଳାଳିଙ୍କ ପ୍ରଦର୍ଶନ ସମସ୍ତଙ୍କ ମନ ମୋହିଛି । ଭାରତୀୟ ଟିମରେ ପ୍ରତିନିଧିତ୍ୱ କରିଥିବାରୁ ୪ ଓଡ଼ିଆ ହକି ଖେଳାଳି ନିଜକୁ ଗର୍ବିତ ମନେ କରିଛନ୍ତି ।

BREAKING NEWS
- ଆମେରିକା ଲୋକ ଅଧିକ କିଣୁଛନ୍ତି Made In India ସ୍ମାର୍ଟଫୋନ୍, ଜାଣନ୍ତୁ କାହିଁକି…
- ୧୦୦ ବର୍ଷରେ ଡା. ଲକ୍ଷ୍ମୀ ବାଈ; ଏମ୍ସକୁ ୩ କୋଟି ୪୦ ଲକ୍ଷ ଦାନ କରିଥିଲେ, ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
- ପୁଟିନଙ୍କ ରୁଷିଆରେ ଭାରତର ୧୦୦ ଟଙ୍କା ହୋଇଯାଏ କେତେ?
- Temple money belongs to deity: ମନ୍ଦିରର ଟଙ୍କା କାହାର? ଜାଣନ୍ତୁ କ’ଣ କହିଲେ ସୁପ୍ରିମକୋର୍ଟ
- IndiGo ପାଇଲଟଙ୍କୁ କେତେ ମିଳେ ଦରମା? ଜାଣିଲେ ହୋଇଯିବେ କାବା !
- ଭାରତର ସବୁଠୁ ବଡ ପରମାଣୁ ଶକ୍ତି କେନ୍ଦ୍ରକୁ ନେଇ ପୁଟିନ କଲେ ଏହି କମିଣ୍ଟମେଣ୍ଟ…
- ପୁଟିନଙ୍କ ଭାରତ ଗସ୍ତ: ଥରୁର ପାଇଲେ ନିମନ୍ତ୍ରଣ ପତ୍ର, ହେଲେ ରାହୁଲ ଗାନ୍ଧୀଙ୍କୁ ମିଳିଲାନି…
- ପୁରୀରେ ଆୟୋଜିତ ହେଲା ଓଡିଶା-ଆସାମ ସାହିତ୍ୟ ଉତ୍ସବ
- ଆସନ୍ତାକାଲି ବାବରୀ ମସଜିଦର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ହୁମାୟୁଁ କବୀର
- ନିଷିଦ୍ଧାଞ୍ଚଳରୁ ୨ ଆନ୍ଧ୍ର ଟ୍ରଲର ଜବତ, ମତ୍ସ୍ୟଜୀବୀ ଅଟକ
Comments are closed.