Latest Odisha News

BREAKING NEWS

ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଚିଠି: ଛାତ୍ରଛାତ୍ରୀଙ୍କୁ ସ୍ନାତକ ଶେଷ ସେମିଷ୍ଟାର ମାର୍କ ସିଟ୍ ଶୀଘ୍ର ଦେବାକୁ ଅନୁରୋଧ

ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାଯକଙ୍କୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି । ଓଡ଼ିଶାରେ ସ୍ନାତକ ଶେଷ ସେମିଷ୍ଟାର ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କୁ ଫାଇନାଲ୍ ମାର୍କସିଟ୍ କିମ୍ବା ପ୍ରୋଭିଜିନାଲ୍ ମାର୍କସିଟ୍ ଶୀଘ୍ର ପ୍ରଦାନ କରିବାକୁ ସେ ଅନୁରୋଧ କରିଛନ୍ତି  । ଛାତ୍ରଛାତ୍ରୀଙ୍କ କଲ୍ୟାଣ ଓ କ୍ୟାରିୟରକୁ ଦୃଷ୍ଟିରେ ରଖି ପଦକ୍ଷେପ ନେବାକୁ ଚିଠିରେ ଉଲ୍ଲେଖ ରହିଛି ।

ଧର୍ମେନ୍ଦ୍ର ପ୍ରଧାନ ଚିଠିରେ ଉଲ୍ଲେଖ କରିଛନ୍ତି, ଅଗଷ୍ଟ ମାସର ପ୍ରଥମ ଓ ଦ୍ୱିତୀୟ ସପ୍ତାହରେ ଛାତ୍ରଛାତ୍ରୀମାନେ ଅନଲାଇନ୍ ମାଧ୍ୟମରେ ୟୁଜି ଷଷ୍ଠ ସେମିଷ୍ଟାର ପରୀକ୍ଷା ଦେଇଥିଲେ । ଏହାର ଫଳାଫଳ ପ୍ରକାଶ ପାଇନଥିବାରୁ ଛାତ୍ରଛାତ୍ରୀମାନେ କଲେଜ ଏବଂ ଓଡ଼ିଶା ଶିକ୍ଷା ବିଭାଗର ଅଧିକାରୀଙ୍କୁ ଏନେଇ ଦୃଷ୍ଟି ଆକର୍ଷଣ କରିଥିଲେ । ଏହା ସତ୍ୱେ ଏପର୍ଯ୍ୟନ୍ତ ସେମାନଙ୍କୁ ପ୍ରୋଭିଜିନାଲ ମାର୍କସିଟ୍ ଦିଆଯାଇନାହିଁ । ଅନେକ ବିଶ୍ୱବିଦ୍ୟାଳୟରେ ନାମ ଲେଖା ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ପରୀକ୍ଷାଫଳ ପ୍ରକାଶ ପାଇବା ନେଇ ପରୀକ୍ଷାର୍ଥୀମାନେ ଆଶା ଆଶଙ୍କାରେ ରହିଛନ୍ତି  ।

ପୂର୍ବରୁ ପ୍ରୋଭିଜିନାଲ ମାର୍କସିଟ୍ ମଧ୍ୟ ନ ମିଳିବା କାରଣରୁ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଉପରେ ଏହାର ପ୍ରଭାବ ପଡ଼ିବାର ଆଶଙ୍କା କରାଯାଉଛି। ପରୀକ୍ଷାଫଳ ପ୍ରକାଶ ପାଇନଥିବାରୁ ଅନେକ ଛାତ୍ରଛାତ୍ରୀ ମିଜୋରାମ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ, ଭାରଥିଆର ବିଶ୍ୱବିଦ୍ୟାଳୟରେ ନାମ ଲେଖାଇବାରୁ ବଞ୍ଚିତ ହୋଇଛନ୍ତି । ମୁମ୍ବାଇ ବିଶ୍ୱବିଦ୍ୟାଳୟ, କୁମାଉଁ ବିଶ୍ୱବିଦ୍ୟାଳୟ ଭଳି ଅନେକ ବିଶ୍ୱବିଦ୍ୟାଳୟରେ ଆଡମିସନ ତାରିଖ ନିକଟବର୍ତ୍ତୀ ହେଉଥିବାରୁ ଛାତ୍ରଛାତ୍ରୀମାନେ ନେଇ ଦ୍ୱନ୍ଦ୍ୱରେ ଅଛନ୍ତି । ଏଥିସହ ରାଜ୍ୟ ବାହାରେ ଅଫଲାଇନ ମାଧ୍ୟମରେ ହେଉଥିବା ବିଶ୍ୱବିଦ୍ୟାଳୟ ପ୍ରବେଶିକା ପରୀକ୍ଷାରୁ ମଧ୍ୟ ବଞ୍ଚିତ ହେଉଛନ୍ତି ଛାତ୍ରଛାତ୍ରୀ ।

ଏସବୁକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବ୍ୟକ୍ତିଗତ ହସ୍ତକ୍ଷେପ କରି ଛାତ୍ରଛାତ୍ରୀଙ୍କୁ ଷଷ୍ଠ ସେମିଷ୍ଟାର ପରୀକ୍ଷା ଫଳର ଫାଇନାଲ ମାର୍କସିଟ୍ କିମ୍ବା ପ୍ରୋଭିଜିନାଲ ମାର୍କସିଟ୍ ଦେବା ପାଇଁ ଅନୁରୋଧ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପ୍ରୋଭିଜିନାଲ ମାର୍କସିଟ୍ ଦିଆଗଲେ ପରୀକ୍ଷାର୍ଥୀମାନେ ବିଭିନ୍ନ ରାଜ୍ୟ ତଥା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ସୁଯୋଗ ପାଇପାରିବେ ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ।

Leave A Reply

Your email address will not be published.