Latest Odisha News

BREAKING NEWS

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅଷ୍ଟ୍ରେଲିଆ ହାଇକମିଶନର

ଭୁବନେଶ୍ବର : ଅଷ୍ଟ୍ରେଲିଆର ହାଇକମିଶନର ବ୍ୟାରୀ ଓଫାରେଲ ଏଓଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା । ଭିଡିଓ କନଫରେନ୍ସ ଜରିଆରେ ବିଭିନ୍ନ କ୍ଷେତ୍ରରେ ଅଷ୍ଟ୍ରେଲିଆ ସହିତ ଓଡ଼ିଶାର ଅଧିକ ସହଯୋଗ ସଂପର୍କରେ ଆଲୋଚନା କରାଯାଇଛି । ବୈଠକରେ ଓଡ଼ିଶା ଯେପରି ଭାରତୀୟ ହକି ଦଳକୁ ପ୍ରୋତ୍ସାହନ ଦେଉଛି ଏବଂ ହକି ଖେଳରେ ଉନ୍ନତି ପାଇଁ ଓଡ଼ିଶା ଯେଭଳି ଭାବରେ ନେତୃତ୍ବ ନେଇଛି, ସେଥିପାଇଁ ଅଷ୍ଟ୍ରେଲିଆ ହାଇକମିଶନର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଶଂସା କରିଛନ୍ତି ।

ଏହି ଅବସରରେ ଉଭୟ ଦେଶ ମଧ୍ୟରେ ବ୍ୟବସାୟ ଓ କାରିଗରୀ କୌଶଳ କ୍ଷେତ୍ରରେ ସହଯୋଗର ବ୍ୟାପକ ସମ୍ଭାବନା ଅଛି ବୋଲି ବୈଠକରେ ମତପ୍ରକାଶ ପାଇଥିଲା । ଏହାଛଡା ଓଡ଼ିଶାର ଦକ୍ଷ ମାନବ ସମ୍ବଳର ଉପଯୋଗ ଉପରେ ଆଲୋଚନା କରାଯାଇଛି । ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ଓଡ଼ିଶାରେ ହକି ବିଶ୍ବକପ ସମୟରେ ଅଷ୍ଟ୍ରେଲିଆ ଦଳର ଗସ୍ତ ସଂପର୍କରେ ମନେ ପକାଇ ଅଷ୍ଟ୍ରେଲିଆ ହକି ଦଳର ଦକ୍ଷତାର ଉଚ୍ଚପ୍ରଶଂସା କରିଥିଲେ । ଓଡିଶାରେ ବିଭିନ୍ନ କ୍ରୀଡା ଭିତ୍ତିଭୂମି ସୃଷ୍ଟି, ଉନ୍ନତ ମାନର ତାଲିମ, ବିଶେଷ କରି ହକି ଖେଳକୁ ଅଧିକ ପ୍ରୋତ୍ସାହନ ଦେବା ଉପରେ ଓଡ଼ିଶା ଓ ଅଷ୍ଟ୍ରେଲିଆ ମଧ୍ୟରେ ଅଧିକ ସହଯୋଗ ପାଇଁ ଉଭୟ ସହମତି ପ୍ରକାଶ କରିଥିଲେ । ସେହିପରି ଖଣି ଅନୁସନ୍ଧାନ କ୍ଷେତ୍ରରେ ଅଷ୍ଟ୍ରେଲିଆ ଏବଂ ଓଡ଼ିଶା ମଧ୍ୟରେ ଅଧିକ ମିଳିତ ସହଯୋଗ ଉପରେ ବୈଠକରେ ଗୁରୁତ୍ବ ଦିଆଯାଇଛି ।

Leave A Reply

Your email address will not be published.