Latest Odisha News

ଓଟିଡିସିର ଓଡ଼ିଆ ରେଷ୍ଟୁରାଣ୍ଟ ‘ନିମନ୍ତ୍ରଣ’ ଶୁଭାରମ୍ଭ

ଭୁବନେଶ୍ବର : ରାଜଧାନୀରେ ଉଦଘାଟିତ ହୋଇଛି ଓଟିଡିସିର ଓଡ଼ିଆ ରେଷ୍ଟୁରାଣ୍ଟ ‘ନିମନ୍ତ୍ରଣ’ । ଓଡଟିଡିସିର ୪୨ତମ ପ୍ରତିଷ୍ଠା ଦିବସ ଅବସରରେ ଏହି ରେଷ୍ଟୁରାଣ୍ଟକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ରେଷ୍ଟୁରାଣ୍ଟ ଉଦଘାଟିତ ହେବା ପରେ ଏଣିକି ଖାଣ୍ଟି ଓଡ଼ିଆ ବ୍ୟଞ୍ଜନ ଉପଲବ୍ଧ ହେବ । ଓଡ଼ିଆ ଖାଦ୍ୟକୁ ଲୋକପ୍ରିୟ କରି ପର୍ଯ୍ୟଟନର ବିକାଶରେ ଏହା ସହାୟକ ହେବ ।

ରାଜ୍ୟରେ ପ୍ରଥମ ଥର ପାଇଁ ଭୁବନେଶ୍ବରରେ ଏହି ରେଷ୍ଟୁରାଣ୍ଟ ଖୋଲିଥିବା ବେଳେ ଆଗକୁ ପୁରୀ ଓ ସମ୍ବଲପୁରରେ ଖୋଲିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ସ୍ବତନ୍ତ୍ର ଭାବେ ବାହାର ପର୍ଯ୍ୟଟକ ମାନଙ୍କୁ ଆକୃଷ୍ଟ କରିବା ପାଇଁ ରାଜ୍ୟର ଘରୋଇ ଗୃହିଣୀ ଖାଦ୍ୟ ମିଳିବ ବୋଲି କହିଛନ୍ତି ଓଟିଡିସି ଅଧ୍ୟକ୍ଷ ଶ୍ରୀମୟୀ ମିଶ୍ର । କାର୍ଯ୍ୟକ୍ରମରେ ସଂସ୍କୃତି ଓ ପର୍ଯଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଓ ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମରେ 5T ସଚିବ ଭି.କେ ପାଣ୍ଡିଆନ ମଧ୍ୟ ଉପସ୍ଥିତ ରହିଥିଲେ ।

ଏହାପରେ ପୋଖରୀପୁଟରେ ରାଜ୍ୟ ସାମାଜିକ ସୁରକ୍ଷା, ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ନବନିର୍ମିତ ଭିନ୍ନକ୍ଷମ ସଶକ୍ତିକରଣ ପ୍ରତିଷ୍ଠାନର ଉଦ୍‌ଘାଟନ କରିଥିଲେ ମୁଖ୍ୟମନ୍ତ୍ରୀ । ୧୯ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ପ୍ରତିଷ୍ଠାନରେ ସମସ୍ତ ପ୍ରକାର ଅକ୍ଷମତାର ପରୀକ୍ଷା, ଚିକିତ୍ସା, ଗତିଶୀଳତାର ତାଲିମ, ପ୍ରାକ୍‌ ବିଦ୍ୟାଳୟ ଶିକ୍ଷା, ଚିତ୍ରକଳା, ନୃତ୍ୟଗୀତ ତାଲିମ ତଥା ବୃତ୍ତିଗତ ଶିକ୍ଷା ଓ ବିଭିନ୍ନ ପ୍ରକାର ପରାମର୍ଶର ବନ୍ଦୋବସ୍ତ କରାଯାଇଛି । ଏହି ପ୍ରତିଷ୍ଠାନରେ ୧୮ ବର୍ଷ ବୟସ ପର୍ଯ୍ୟନ୍ତ ୧୦୦ ଜଣ ଭିନ୍ନକ୍ଷମ ପିଲାଙ୍କର ରହଣୀର ସୁବନ୍ଦୋବସ୍ତ କରାଯାଇଛି । ଏଠାରେ ପିଲାମାନଙ୍କର ଅଭିଭାବକ ମଧ୍ୟ ପିଲାମାନଙ୍କ ସହିତ ରହି ଚିକିତ୍ସା କରାଇ ପାରିବେ । ଏହି କେନ୍ଦ୍ରରେ ଉନ୍ନତମାନର ଯନ୍ତ୍ରପାତିର ସୁବିଧା ମଧ୍ୟ କରାଯାଇଛି ।

Comments are closed.