Latest Odisha News

BREAKING NEWS

ଆଜି ଓଡ଼ିଶାରୁ ୮୦୫ କରୋନା ଆକ୍ରାନ୍ତ ଚିହ୍ନଟ, ଆଉ ୧୩୧ ଛୁଆ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଏବେ ସ୍ଥିର ରହିଛି । ୮ଶହ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ୨୪ ଘଣ୍ଟାରେ ରାଜ୍ୟରୁ ବାହାରିଛନ୍ତି ୮୦୫ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ ୧୮ ବର୍ଷ ଭିତରେ ଅଛନ୍ତି ଆଉ ୧୩୧ ଶିଶୁ ଓ କିଶୋର ସଂକ୍ରମିତ । କ୍ୱାରେଣ୍ଟାଇନରୁ ୪୬୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩୩୮ଟି ।

ଆଜି ୨୫ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୪୬ ଓ କଟକରୁ ୯୮ ପଜିଟିଭ୍ ବାହାରିଛନ୍ତି । ଅନ୍ୟ ସବୁ ଜିଲ୍ଲାରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୫୦ ଭିତରେ ଅଛି । ଆଜି ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, କୋରାପୁଟ ଓ ନୂଆପଡ଼ା ଜିଲ୍ଲାରୁ କେହି ଆକ୍ରାନ୍ତ ହୋଇ ନାହାନ୍ତି ।

ଗତ ୨୪ ଘଣ୍ଟାରେ ମୋଟ୍ ୭୨ହଜାର ୪୧୨ କୋଭିଡ୍ ଟେଷ୍ଟ ହୋଇଛି । ପଜିଟିଭ୍ ହାର ରହିଛି ୧.୧୧ ପ୍ରତିଶତ । ଆଉ ୭ ଜଣଙ୍କୁ ମିଶାଇ ରାଜ୍ୟରୁ କରୋନା ନେଲାଣି ମୋଟ୍ ୮ହଜାର ୪୭ ଜୀବନ । ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୧୧ହଜାର ୫୫୮କୁ ବୃଦ୍ଧି ପାଇଛି । ସୁସ୍ଥ ହେଲେଣି ୯ଲକ୍ଷ ୯୬ହଜାର ୩୦୦ ଆକ୍ରାନ୍ତ । ଏବେ ରାଜ୍ୟରେ ୭ହଜାର ୧୫୮ ଆକ୍ଟିଭ୍ କେସ୍ ରହିଛି ।

Leave A Reply

Your email address will not be published.