ଭୁବନେଶ୍ୱର: ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବ ଯୋଗୁ ରାଜ୍ୟରେ ଆସନ୍ତା ତିନି ଦିନ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଭାରତ ପାଣିପାଗ ବିଭାଗ (ଆଇଏମଡି)।
“ଏହାର ପ୍ରଭାବରେ ଦକ୍ଷିଣ ଏବଂ ଉପକୂଳ ଓଡିଶାର ଅଧିକାଂଶ ଜିଲ୍ଲାର ପ୍ରବଳ ବର୍ଷା ହେବ। ଆଗାମୀ ୨ରୁ ୩ ଦିନ ମଧ୍ୟରେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ଥିବାରୁ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବ ବୋଲି ସତର୍କ ସୂଚନା ଜାରି କରିଛି ଆଇଏମ୍ଡି।
ପାଗ ଅନୁକୂଳ ନ ଥିବାରୁ ଓଡିଶାର ମତ୍ସ୍ୟଜୀବୀମାନଙ୍କୁ ସେପ୍ଟେମ୍ବର ୬ ଏବଂ ୭ ଗଭୀରସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। କାରଣ ଏହି ସମୟରେ ୪୦ରୁ ୫୦ କିଲୋମିଟର ବେଗରେ ପବନର ବହିବାର ସମ୍ଭାବନା ରହିଛି ଯାହା ଫଳରେ ସମୁଦ୍ର ଅଶାନ୍ତ ରହିବ।
ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ନିମ୍ନ ଜିଲ୍ଲାଗୁଡ଼ିକ ପାଇଁ ଆଇଏମଡି ୟେଲୋ ୱାର୍ଣ୍ଣିଂ ଜାରି କରିଛି।
Comments are closed.