ଭୁବନେଶ୍ବର : ପାରାଅଲିମ୍ପିକ୍ସ ସ୍ବର୍ଣ୍ଣ ପଦକ ବିଜେତା ପ୍ରମୋଦ ଭଗତଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ନୂଆଦିଲ୍ଲୀସ୍ଥିତ ସରକାରୀ କାର୍ଯ୍ୟାଳୟରେ ପ୍ରମୋଦଙ୍କୁ ଭେଟି ଅଭିନନ୍ଦନ ଜଣାଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଟୋକିଓରେ ପ୍ରମୋଦ ଭଗତଙ୍କ ସମେତ ପାରା ଅଲିମ୍ପିଆନଙ୍କ ପ୍ରଦର୍ଶନ ଦେଶକୁ ପ୍ରେରଣା ଦେଇଛି । ଏହି ସଫଳତା ଆମ ଦେଶ ବିଶେଷ କରି ଓଡ଼ିଶାର ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡା ପ୍ରତି ଆଗ୍ରହ ସୃଷ୍ଟି କରିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି । ପାରାଅଲିମ୍ପିକ୍ସର ବ୍ୟାଡମିଣ୍ଟନ ଫାଇନାଲରେ ପ୍ରମୋଦ ଭଗତ ସ୍ବର୍ଣ୍ଣ ପଦକ ଜିତିବା ପରେ ଭିଡିଓ କନଫରେନ୍ସ ଜରିଆରେ କଥା ହୋଇ ଅଭିନନ୍ଦନ ଜଣାଇଥିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
Comments are closed.