ଭୁବନେଶ୍ୱର: ଜାତୀୟ ଜୁନିୟର ଖୋଖୋ ଚାମ୍ପିୟନଶିପ ସେପ୍ଟମ୍ବରୁ ୨୨ରୁ ୨୬ ପର୍ଯ୍ୟନ୍ତ ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମରେ ଆୟୋଜିତ ହେବ । ଯୁବ ଓ କ୍ରୀଡା ବିଭାଗ ମନ୍ତ୍ରୀ ତୁଷାରକାନ୍ତି ବେହେରା ଏହା କହିଛନ୍ତି । ଓଡିଶା ଖୋଖୋ ଆସୋସିଏଶନ, କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ଓ କିଟ ଡିମ ୟୁନିଭରସିଟି ଆନୁକୂଲ୍ୟରେ ଏହା ଆୟୋଜିତ ହେଉଛି । ଉଭୟ ବାଳକ ଓ ବାଳିକା ବିଭାଗରେ ୬୦ ଟିମର ୭୦୦ରୁ ଊର୍ଦ୍ଧ୍ୱ ଖେଳାଳି ଏଥିରେ ଅଂଶଗ୍ରହଣ କରିବେ । ଟିମଗୁଡିକୁ ୮ଟି ଗ୍ରୁପରେ ଭାଗ କରାଯାଇଛି । ଓଡିଶା ବାଳକ ଟିମ ଗ୍ରୁପ ଡି’ରେ ସ୍ଥାନ ପାଇଛି । ଏହି ଗ୍ରୁପରେ କର୍ଣ୍ଣାଟକ, ବିହାର, ମଧ୍ୟପ୍ରଦେଶ ଓ ମେଘାଳୟ ରହିଛନ୍ତି ।
ସେହିପରି ଆନ୍ଧ୍ରପ୍ରଦେଶ, ମଣିପୁର ଓ ଜମ୍ମୁ-କଶ୍ମୀର ଟିମ ସହ ଓଡିଶା ବାଳିକା ଟିମ୍ ଗ୍ରୁପ ଇରେ ସ୍ଥାନ ପାଇଛନ୍ତି । ଆସନ୍ତା ବର୍ଷ ହରିୟାଣାର ପଂଚକୁଲାରେ ଆୟୋଜିତ ହେବାକୁ ଥିବା ୪ର୍ଥ ଖେଲୋ ଇଣ୍ଡିଆ ୟୁଥ ଗେମ୍ସ ପାଇଁ ଏହି ଜାତୀୟ ଚାମ୍ପିୟନଶିପ ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ ଭାବେ ପରିଗଣିତ ହେବ । ସୂଚନାଯୋଗ୍ୟ, ୨୦୧୬-୧୭ରେ ଓଡିଶା ସବ ଜୁନିୟର ଜାତୀୟ ଚାମ୍ପିୟନଶିପ କିଟରେ ଆୟୋଜିତ ହୋଇଥିଲା ।
BREAKING NEWS
- ଟାଇମ୍ସ ହାୟର ଏଜୁକେସନ ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ ୨୦୨୭; ଭାରତର ୪ର୍ଥ ସ୍ଥାନରେ କିଟ୍
- ପାର୍ବଣ ପୂର୍ବରୁ ମହଙ୍ଗା ମାଡ; କମର୍ସିଆଲ ସିଲିଣ୍ଡର ଦାମ୍ ୬୨ ଟଙ୍କା ବୃଦ୍ଧି
- ଗୁଆହାଟୀ ପିଚ୍ ଉପରେ ବର୍ଷିଲେ ଗୌତମ ଗମ୍ଭୀର: “ଏହା କ୍ରିକେଟ ନୁହେଁ, କେବଳ ବ୍ୟାଟିଂ”
- ଫ୍ଲାଏଦୁବାଇ ବିମାନ ଦୁର୍ଘଟଣା ଷଡ଼ଯନ୍ତ୍ର: ଭାରତୀୟ ପାଇଲଟଙ୍କ ସାହସିକତା ଯୋଗୁଁ ଟଳିଲା ବଡ଼ ବିପଦ
- Odisha CEO:ସ୍ୱେଚ୍ଛାକୃତ ଅବସର ପାଇଁ ଆବେଦନ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ ଆର.ଏସ୍ ଗୋପାଳନ
- MEA issues advisory for Indians:ସେନାରେ ଯୋଗଦେବା ପାଇଁ ଋଷିଆ ଯିବାର ‘ବିପଜ୍ଜନକ ପଥ’ରୁ ଦୂରେଇ ରୁହନ୍ତୁ: ବୈଦେଶିକ ମନ୍ତ୍ରଣାଳୟ
- ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ନୂଆ ମୋଡ଼: ଗିରଫଦାରୀ ଭୟରେ ବିଦ୍ୟାଭାରତୀ, ସୁପ୍ରିମକୋର୍ଟରୁ ମିଳିଲାନି ଆଶ୍ୱସ୍ତି
- Modi, Trump talk on phone:ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଟ୍ରମ୍ପଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା; ଏହି ସମସ୍ତ ବିଷୟ ଉପରେ …
- ସିଏଜି ସ୍କାନରରେ ଓଡ଼ିଶାର ଡିଏମ୍ଏଫ୍ ପାଣ୍ଠି: ଖଣି ପ୍ରଭାବିତ ନଥିବା ଅଞ୍ଚଳରେ ଖର୍ଚ୍ଚ ହୋଇଛି ୯୮୩ କୋଟି ଟଙ୍କା
- ଏକାଠି କାମ କରିବେ ସୈଫ୍-ପ୍ରିୟଙ୍କା: ରିତେଶ ବାତ୍ରାଙ୍କ ନିର୍ଦ୍ଦେଶନାରେ ତିଆରି ହେବ ଦମଦାର୍ ଫିଲ୍ମ

Comments are closed.