Latest Odisha News

BREAKING NEWS

ପୁଣି ଏକ ଲଘୁଚାପ ,୧୧ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ବର: ପଶ୍ଚିମବଙ୍ଗର ଗାଙ୍ଗେୟ ଉପତ୍ୟକାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ପାଇଁ ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଲଘୁଚାପ କ୍ଷେତ୍ର ସହ ଜଡ଼ିତ ଏକ ଘୂର୍ଣ୍ଣିବଳୟରୁ ଏକ ଟ୍ରଫ୍‌ ଲାଇନ୍‌ ବାହାରି ଆଭ୍ୟନ୍ତର ଓଡ଼ିଶା ଦେଇ ତେଲେଙ୍ଗାନା ଯାଏ ଲମ୍ବିଛି । ପୁଣି ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ରହିଛି । ଏସବୁ ପାଣିପାଗର ନିୟାମକ ଅନୁସାରେ ରାଜ୍ୟରେ ଆସନ୍ତାକାଲି କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ବିଶେଷ କରି ଝାରସୁଗୁଡ଼ା, କେନ୍ଦୁଝର, ଅନୁଗୁଳ, ବରଗଡ଼, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ଦେବଗଡ଼ ଓ ସୁନ୍ଦରଗଡ଼ ଆଦି ୧୧ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆସନ୍ତା ୨୫ ତାରିଖ ଆଡ଼କୁ ପୂର୍ବ-କେନ୍ଦ୍ରୀୟ ବଙ୍ଗୋ‌ପସାଗର ଓ ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାକୁ ଯାଉଛି। ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ୪୮ ଘଣ୍ଟା ମଧ୍ୟରେ ଏହା ଉତ୍ତରପଶ୍ଚିମ ଦିଗରେ ଗତି କରି ଓଡ଼ିଶା ଉପକୂଳରେ ପହଞ୍ଚିବ । ପ୍ରଭାବରେ ଆସନ୍ତା ୨୬ ତାରିଖ ଆଡ଼କୁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି।

Leave A Reply

Your email address will not be published.