Latest Odisha News

BREAKING NEWS

ବାତ୍ୟା ପ୍ରଭାବରେ ଓଡ଼ିଶାର ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ବାତ୍ୟା ସାଙ୍ଗରେ ନେଇ ଆସୁଛି ପ୍ରବଳ ବର୍ଷା ପବନ । ସ୍ଥଳଭାଗ ଅଭିମୁଖେ ଅଗ୍ରସର ସହ ଦକ୍ଷିଣ ଓଡ଼ିଶା ଓ ଉପକୂଳ ଜିଲ୍ଲାରେ ପ୍ରଭାବ ଦେଖିବାକୁ ମିଳିଲାଣି । ଆରମ୍ଭ ହୋଇଛି ବର୍ଷା ପବନ । ଆଜି ଦକ୍ଷିଣ ଓଡ଼ିଶାର ୭ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ରେଡ୍ ଓ୍ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଏହି ଜିଲ୍ଲାଗୁଡ଼ିକ ହେବ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, କନ୍ଧମାଳ, ନବରଙ୍ଗପୁର ଓ ମାଲକାନଗିରି । ଏସବୁ ଜିଲ୍ଲାରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଓ ଅତ୍ୟଧିକ ବର୍ଷା ହେବ ।

ସେହିପରି ଆଜି ପାଇଁ ୪ ଜିଲ୍ଲା ପୁରୀ, ଖୋର୍ଦ୍ଧା, ନୟାଗଡ଼ ଓ କଳାହାଣ୍ଡିକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନପେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ବୌଦ୍ଧ, ସୋନପୁର, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାରୁ ଜାରି ହୋଇଛି ୟେଲୋ ଓ୍ୱାର୍ଣ୍ଣିଂ ।

ଆସନ୍ତାକାଲି ପାଇଁ ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଏଥିସହ ନୂଆପଡ଼ା, ବଲାଙ୍ଗିର ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବାତ୍ୟା ଗୁଲାବ ପ୍ରଭାବରେ ଦକ୍ଷିଣ ଓଡ଼ିଶା ଓ ଉପକୂଳର କିଛି ଜିଲ୍ଲାରେ ବର୍ଷା ଆରମ୍ଭ ହୋଇଛି ।

Leave A Reply

Your email address will not be published.