ଛତିଶଗଡ଼ : ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ସିଆରପିଏଫ କ୍ୟାମ୍ପ ଉପରେ ନକ୍ସଲଙ୍କ ହମଲା । ପାମେଡ ଥାନା ଅନ୍ତର୍ଗତ ଧର୍ମଗଡ ସିଆରପିଏଫ କ୍ୟାମ୍ପ ଉପରେ ଶତାଧିକ ମାଓବାଦୀ ଆକ୍ରମଣ କରିଥିବା ଜଣାପଡିଛି । ପ୍ରାୟ ଦୁଇ ଘଣ୍ଟାରୁ ଅଧିକ ସମୟ ଧରି ଉଭୟ ମାଓବାଦୀ ଓ ଯବାନଙ୍କ ମଧ୍ୟରେ ଚାଲିଛି ଗୁଳି ବିନିମୟ । ଯବାନଙ୍କ ପକ୍ଷରୁ ପାଲଟା ଜବାବ ଦିଆଯାଉଛି । ଧର୍ମଗଡରେ ରହିଛି ସିଆରପିଏଫ ୧୯୬ ବାଟାଲିଆନର କ୍ୟାମ୍ପ । ଏହି କ୍ୟାମ୍ପ ସ୍ଥାପନ ହେବା ପରଠାରୁ ସ୍ଥାନୀୟ ଆଦିବାସୀ ଓ ଯବାନ ବାରମ୍ବାର ମୁହାଁମୁହିଁ ହେଉଛନ୍ତି । ଆଉ ଆଜି ଏହି ସିରଆପିଏଫ କ୍ୟାମ୍ପ ଉପରେ ଅତର୍କିତ ଆକ୍ରମଣ କରିଛନ୍ତି ମାଓବାଦୀ । ତେବେ ମୃତାହତ ନେଇ କୌଣସି ସୂଚନା ମିଳିନାହିଁ । ଏନେଇ ସୂଚନା ଦେଇଛନ୍ତି ବିଜାପୁର ଏଏସପି ପଙ୍କଜ ଶୁକ୍ଳା ।
BREAKING NEWS
- ଏଣିକି ମହିଳା କର୍ମଚାରୀଙ୍କୁ ମିଳିବ ପେଡ୍ ପିରିୟଡ୍ ଲିଭ୍
- ଏଏନ୍ଏମ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍…
- ଡିସେମ୍ବର ୫ରୁ ୧୫; ବିମାନ ବାତିଲ ଉପରେ ମିଳିବ ସମ୍ପୂର୍ଣ୍ଣ ରିଫଣ୍ଡ
- କୋହଲିଙ୍କ ଶତକ ଯୋଗୁ ବୃଦ୍ଧି ହେଲା ଟିକେଟ ବିକ୍ରି
- ରାଜ୍ୟରେ ଖାଲି ପଡିଛି ୧୦୦ ବିଇଓ ପଦବୀ
- Textbooks: ପ୍ରଥମରୁ ଦ୍ୱାଦଶ ଯାଏଁ ପରିବର୍ତ୍ତନ ହେବ ପାଠ୍ୟ ପୁସ୍ତକ…ପିଲା ପଢିବେ ନୂଆ ବହି
- ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ
- ବିମାନ ବାତିଲ ପାଇଁ ହଟହଟା ନବବିବାହିତ; ଭିସିରେ ଯୋଗଦେଲେ…
- ଜାତୀୟ ମୁଦ୍ରାରେ ନେଣଦେଣ କରିବା ଆଡ଼କୁ ଯାଉଛି ଭାରତ-ରୁଷ
- Suspended: ଥାନା ଅଧିକାରୀ ନିଲମ୍ବିତ, ନିକଟରେ ଇନ୍ସପେକ୍ଟରରୁ ଡିଏସପିକୁ ହୋଇଥିଲା ପଦୋନ୍ନତି
Comments are closed.