ଭୁବନେଶ୍ୱର : ହକିରୁ ଅବସର ନେଲେ ବୀରେନ୍ଦ୍ର ଲାକ୍ରା । ଏବାବଦରେ ହକି ଇଣ୍ଡିଆ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । ଟୋକିଓ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ଭାରତୀୟ ହକି ଟିମର ସଦସ୍ୟ ରହିଥିବା ଓଡ଼ିଆ ପୁଅ ବୀରେନ୍ଦ୍ର ଲାକା ଅନ୍ତର୍ଜାତୀୟ ହକିକୁ ଅଲବିଦା କହିଛନ୍ତି। ବୀରେନ୍ଦ୍ର ତତ୍କାଳ ପ୍ରଭାବରେ ହକିରୁ ସନ୍ନ୍ୟାସ ନେବାକୁ ଘୋଷଣା କରିଛନ୍ତି । ୩୧ ବର୍ଷୀୟ ଲାକ୍ରା ୨୦୧ ମ୍ୟାଚରେ ଭାରତର ପ୍ରତିନିଧିତ୍ୱ କରିଛନ୍ତି । ବୀରେନ୍ଦ୍ରଙ୍କ ସନ୍ନ୍ୟାସ ନେଇ ହକି ଇଣ୍ଡିଆ ଟ୍ୱିଟ୍ କରି ସୂଚନା ଦେଇଛି
ନିଜ କ୍ୟାରିୟର ଭିତରେ ୨୦୧ଟି ଅନ୍ତର୍ଜାତୀୟ ମ୍ୟାଚ ଖେଳିଛନ୍ତି । ଲାକ୍ରା ଭାରତୀୟ ହକି ଟିମର ଷ୍ଟାର୍ ଡିଫେଣ୍ଡର ଥିଲେ । ସେ ଦୁଇଥର ଭାରତ ପକ୍ଷରୁ ଅଲିମ୍ପିକ୍ସରେ ପ୍ରତିନିଧିତ୍ୱ କରିଛନ୍ତି। ସେ ୨୦୧୨ ଲଣ୍ଡନ ଅଲିମ୍ପିକ୍ସରେ ଭାରତୀୟ ଦଳ ପାଇଁ ଖେଳିଥିବା ବେଳେ ୨୦୧୬ରେ ଅଲିମ୍ପିକ୍ସ ପାଇଁ ଚୟନ ହୋଇଥିଲେ ହେଁ ଆହତ କାରଣରୁ ଖେଳି ନଥିଲେ। ତେବେ ୨୦୨୧ ଟୋକିଓ ଅଲିମ୍ପିକ୍ସ ପାଇଁ ତାଙ୍କୁ ଭାରତୀୟ ଦଳରେ ସାମିଲ୍ କରାଯାଇଥିଲା। ସେ ମଧ୍ୟ ଅଲିମ୍ପିକ୍ସରେ ଭାରତୀୟ ଦଳର ଭାଇସ୍ କ୍ୟାପଟେନ୍ ଭାବେ ନିଯୁକ୍ତି ପାଇଥିଲେ। ଟୋକିଓରେ ଭାରତୀୟ ଦଳ ବ୍ରୋଞ୍ଜ ପଦକ ଜିତି ୪୧ ବର୍ଷର ଖାଲି ସ୍ଥାନ ପୂରଣ କରିଥିଲା।
BREAKING NEWS
- ଚାରିଦିନିଆ ଓଡ଼ିଶା ଗସ୍ତରେ ବିହାରର କ୍ରୀଡ଼ା ମନ୍ତ୍ରୀ;ଉଚ୍ଚସ୍ତରୀୟ କ୍ରୀଡ଼ା ଭିତ୍ତିଭୂମିର ପରିଚାଳନା ବିଷୟରେ ଜାଣିବା ପାଇଁ…
- ‘ରନ୍ଧନ ତୈଳ ଉତ୍ପାଦନ ବଢ଼ାଅ,ମଜବୁତ ହେବ ଜାତୀୟ ଅର୍ଥନୀତି’
- Terror attack in J&K:ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ;ଜଣେ ମୃତ, ଅନ୍ୟ ଜଣେ ଆହତ
- କମନୱେଲଥ ଗେମ୍ସରେ ଇତିହାସ ରଚିଲେ ଅସ୍ମିତା ଡେ
- ଇପିଏଫଓ ଆକାଉଣ୍ଟରୁ ଉଡ଼ିଗଲା ୧୯.୩୩ କୋଟି ଟଙ୍କା! ନୋକିଆ କର୍ମଚାରୀଙ୍କ ନାଁରେ CBI ର ଏଫଆଇଆର୍
- Odisha flood:ଏହି ଜିଲ୍ଲାରେ ୫ ଲକ୍ଷ ରୁ ଅଧିକ ଲୋକ ପ୍ରଭାବିତ; ୧ ଲକ୍ଷ ୭୬ ହଜାର ବିପନ୍ନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର
- ଫେରୁଛି ‘ସୁପର୍ ସିକ୍ସ’ ରୋମାଞ୍ଚ: ୨୪ ବର୍ଷ ପରେ ଆଫ୍ରିକା ମାଟିରେ ଖେଳାଯିବ କ୍ରିକେଟ୍ ବିଶ୍ୱକପ୍, ଦେଖିବାକୁ ମିଳିବ ନୂଆ ଅନ୍ଦାଜ
- ବନ୍ୟା ପରିସ୍ଥିତି ଓ ଲଗାଣ ବର୍ଷା: ଆସନ୍ତାକାଲି ଭଦ୍ରକ ଜିଲ୍ଲାରେ ବନ୍ଦ ରହିବ ସମସ୍ତ ବିଦ୍ୟାଳୟ ଓ ଅଙ୍ଗନବାଡି
- ରାମ ଗୋପାଳ ବର୍ମା ଏବଂ ଉର୍ମିଳା ଗୁପ୍ତ ଭାବରେ ମନ୍ଦିରରେ କରିଥିଲେ ବିବାହ! କାହିଁକି ପଡିଲା ସମ୍ପର୍କରେ ପୂର୍ଣ୍ଣଚ୍ଛେଦ?
- ଚାଉଳ ଗାଡ଼ିରେ ଚାଲିଥିବା ଗଞ୍ଜେଇ ଚାଲାଣକୁ ଧରିଲା ଏସଟିଏଫ୍, ଜଣେ ଅଭିଯୁକ୍ତ ଗିରଫ
Comments are closed.