Latest Odisha News

BREAKING NEWS

୧୦ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ବର: ୧୦ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ଟି ଜିଲ୍ଲାରେ କାଳବୈଶାଖୀ ଓ ବଜ୍ରପାତ ଆଶଙ୍କା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗୀର, ସୁବର୍ଣ୍ଣପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ଦେବଗଡ଼ ରହିଛି । ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଅକ୍ଟୋବର ୨ରୁ ୩ ତାରିଖ ମଧ୍ୟରେ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହିତ ଅଳ୍ପ କିଛିସ୍ଥାନରେ ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି । ଅକ୍ଟୋବର ୩ ରୁ ୪ ତାରିଖ ମଧ୍ୟରେ କୋରାପୁଟ, ମାଲକାନଗିରି ଓ ଭଦ୍ରକ ଆଦି ଗୋଟିଏ ଦୁଇଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । ଏହାପରେ ପାଗ ମୁଖ୍ୟତଃ ଶୁଖିଲା ରହିବ ।

 

Leave A Reply

Your email address will not be published.