ଭୁବନେଶ୍ବର: ୯ ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ବିପଦ । ରାଜ୍ୟର ୯ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକ ଆଦି ରହିଛି। ଏହି ଜିଲ୍ଲାଗୁଡ଼ିକୁ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି ।
ଉତ୍ତର-ପଶ୍ଚିମ ଭାରତରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହୋଇଛି । ୬ ଅକ୍ଟୋବର ଆଡ଼କୁ ଉତ୍ତର-ପଶ୍ଚିମ ଭାରତରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଯିବ । ଏଥିସହ ଅକ୍ଟୋବର ୨୦ ସୁଦ୍ଧା ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ବିଦାୟ ନେଇପାରେ ବୋଲି କହିଛନ୍ତି ପାଣିପାଗ ବିଶେଷଜ୍ଞ
Comments are closed.