କେନ୍ଦ୍ରାପଡା : ଗାଙ୍ଗଷ୍ଟାର ହାଇଦର ର ପୁଅ ତଥା ଦୁର୍ଦାନ୍ତ ଅପରାଧୀ ସେକ କାଦିର ଓରଫ ମୁନ୍ନାକୁ ଆଜି ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି କେନ୍ଦ୍ରାପଡା ଜିଲ୍ଲା ଦୌରାଜଜ । ୨୦୧୩ ମସିହାରେ କେନ୍ଦ୍ରାପଡା ଜିଲ୍ଲା ଆଳି ଅଂଚଳର ସାର ବ୍ୟବସାୟୀ ସାହା ନବାଜ ଖାଁ ହତ୍ୟାକାଣ୍ଡରେ କାଦିର ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ବ୍ୟବସାୟୀ ସାହା ନବାଜଙ୍କୁ ଦାଦାବଟି ମାଗି ବିଫଳ ହେଲା ପରେ ସେକ କାଦିର ତାଙ୍କୁ ଦୋକାନରେ ଗୁଳିକରି ହତ୍ୟା କରିଥିବା ଅଭିଯୋଗ ହୋଇଥିଲା।
ତେବେ ଏହି ମାମଲାରେ ଅନ୍ୟ ୮ ଜଣ ଅଭିଯୁକ୍ତ ପ୍ରମାଣ ଅଭାବରୁ ନିର୍ଦ୍ଦୋଷରେ ଖଲାସ ହୋଇ ଥିବା ପବ୍ଲିକ ପ୍ରସିକୁଟର ମାନସ ରଂଜନ ବେହେରା ସୂଚନା ଦେଇଛନ୍ତି । ଦୁର୍ଦାନ୍ତ ଅପରାଧୀ ତଥା ବିଗତ ଦିନର ଗ୍ୟାଙ୍ଗଷ୍ଟାର ହାଇଦରର ବଡ଼ ପୁଅ ହେଉଛି ସେକ କାଦିର। କାଦିର ନାମରେ ବିଭିନ୍ନ ଥାନାରେ ପ୍ରାୟ ୩୦ ରୁ ଅଧିକ ମାମଲା ରହିଛି। ଧମକ ଚମକ ଦେବା, ଦାଦାବଟି ଆଦାୟ, ହତ୍ୟା ଧମକ, ଟେଣ୍ଡର ଫିକ୍ସିଂ, ବୋମାମାଡ଼, ଲୁଟ, ହତ୍ୟା ପ୍ରଭୃତି ମାମଲାରେ ସେକ କାଦିର ର ସମ୍ପୃକ୍ତି ରହିଛି।
Comments are closed.