କୋରାପୁଟ : ସୁନାବେଡା ମହିଳା ମହାବିଦ୍ୟାଳୟ ନିକଟରେ ବ୍ୟବସାୟୀଙ୍କୁ ନିର୍ମମ ହତ୍ୟା । ମିଲନ ମାର୍କେଟରୁ ସ୍କୁଟି ଯୋଗେ ରାତିରେ ଘରକୁ ଫେରୁଥିବା ବେଳେ ଧାରୁଆ ଅସ୍ତ୍ରରେ ବ୍ୟବସାୟୀଙ୍କୁ ହତ୍ୟା କରିଛନ୍ତି ଦୁର୍ବୃତ୍ତ । ମୃତକ ହେଲେ ସୁନାବେଡା ପୌରାଞ୍ଚଳ ରାଜୀବ କଲୋନୀର ଦୟା ବାଘ । ସୂଚନା ଅନୁସାରେ, ମିଲନ ମାର୍କେଟରେ ଧାନ, ମାଣ୍ଡିଆ, ଗହମ ମିଲ୍ କରି ପରିବାର ଚଳାଉଥିଲେ ଦୟା । ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଘଟଣାସ୍ଥଳରେ ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ଛାନବିନ କରିଛି । ଅନ୍ୟପଟେ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ପରିବାର ଲୋକ । ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି ।
BREAKING NEWS
- ଆମେରିକା ଲୋକ ଅଧିକ କିଣୁଛନ୍ତି Made In India ସ୍ମାର୍ଟଫୋନ୍, ଜାଣନ୍ତୁ କାହିଁକି…
- ୧୦୦ ବର୍ଷରେ ଡା. ଲକ୍ଷ୍ମୀ ବାଈ; ଏମ୍ସକୁ ୩ କୋଟି ୪୦ ଲକ୍ଷ ଦାନ କରିଥିଲେ, ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
- ପୁଟିନଙ୍କ ରୁଷିଆରେ ଭାରତର ୧୦୦ ଟଙ୍କା ହୋଇଯାଏ କେତେ?
- Temple money belongs to deity: ମନ୍ଦିରର ଟଙ୍କା କାହାର? ଜାଣନ୍ତୁ କ’ଣ କହିଲେ ସୁପ୍ରିମକୋର୍ଟ
- IndiGo ପାଇଲଟଙ୍କୁ କେତେ ମିଳେ ଦରମା? ଜାଣିଲେ ହୋଇଯିବେ କାବା !
- ଭାରତର ସବୁଠୁ ବଡ ପରମାଣୁ ଶକ୍ତି କେନ୍ଦ୍ରକୁ ନେଇ ପୁଟିନ କଲେ ଏହି କମିଣ୍ଟମେଣ୍ଟ…
- ପୁଟିନଙ୍କ ଭାରତ ଗସ୍ତ: ଥରୁର ପାଇଲେ ନିମନ୍ତ୍ରଣ ପତ୍ର, ହେଲେ ରାହୁଲ ଗାନ୍ଧୀଙ୍କୁ ମିଳିଲାନି…
- ପୁରୀରେ ଆୟୋଜିତ ହେଲା ଓଡିଶା-ଆସାମ ସାହିତ୍ୟ ଉତ୍ସବ
- ଆସନ୍ତାକାଲି ବାବରୀ ମସଜିଦର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ହୁମାୟୁଁ କବୀର
- ନିଷିଦ୍ଧାଞ୍ଚଳରୁ ୨ ଆନ୍ଧ୍ର ଟ୍ରଲର ଜବତ, ମତ୍ସ୍ୟଜୀବୀ ଅଟକ
Comments are closed.