ବ୍ରହ୍ମପୁର : ବ୍ରହ୍ମପୁର ଦିଗପହଣ୍ଡି ମୁଖ୍ୟ ରାସ୍ତା ଡେଙ୍ଗାଦର ନିକଟ ଇନ୍ଦିରା ଆବାସ ଛକରେ ଦୁର୍ଘଟଣା । ବସ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ଏଥିସହ ଅନ୍ୟ ଜଣେ ଆହତ ହୋଇଛନ୍ତି । ତାଙ୍କ ଅବସ୍ଥା ଗୁରୁତର ରହିଛି । କନକ ଦୁର୍ଗା ନାମକ ବସଟି ଦିଗପହଣ୍ଡିରୁ ବ୍ରହ୍ମପୁର ଯାଉଥିବା ବେଳେ ବାଇକ ଆରୋହୀଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ବାଇକରେ ଥିବା ଜଣେ ଯୁବକଙ୍କର ମୃତ୍ୟୁ ହୋଇଥିଲା । ଅନ୍ୟ ଜଣେ ଆହତ ହୋଇଛନ୍ତି । ଏହାକୁ ନେଇ ଉତ୍ତ୍ୟକ୍ତ ଲୋକେ ଗଜପତି ମୋହନା ରାସ୍ତା ଅବରୋଧ କରିଛନ୍ତି । ଖବର ପାଇ ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଲୋକଙ୍କୁ ବୁଝାସୁଝା କରୁଛି । ସେହିପରି ସାନଖେମୁଣ୍ଡି ବିଧାୟକ ରମେଶ ଚନ୍ଦ୍ର ଜେନା ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଛନ୍ତି ।
BREAKING NEWS
- କୃଷିର ନିରନ୍ତର ଅଭିବୃଦ୍ଧି ପାଇଁ ଶୀତଳ ଭଣ୍ଡାର ଏକ ସହାୟକ ପରିବେଶ ସୃଷ୍ଟି କରିବ: କୃଷି ମନ୍ତ୍ରୀ
- ପରଲୋକରେ ବରିଷ୍ଠ ସାମ୍ବାଦିକ ଦୁଲାଲ ମିଶ୍ର
- ଟାଟା ଷ୍ଟିଲ୍ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ୱେଷଣରେ ସମ୍ବର୍ଦ୍ଧିତ ହେଲେ ରାଜ୍ୟର ୩୦ ଛାତ୍ରଛାତ୍ରୀ; ଯିବେ ISRO
- ବନ୍ଦେ ଭାରତ ଟ୍ରେନରେ ମିଳିବ ସ୍ଥାନୀୟ ଖାଦ୍ୟ, ପରେ ଅନ୍ୟ ଟ୍ରେନରେ ବି ହେବ ଉପଲବ୍ଧ…
- ସତରେ କଣ ଘରର ସୁନା ଯୋଗିଥାଏ ସାପ ? କ’ଣ କହୁଛି ଧର୍ମ…
- ଆପଣଙ୍କ ଶରୀରରେ ରହିଛିକି ଭିଟାମିନ ଡି ଅଭାବ: ସାବଧାନ! ମନକୁ ଆସିପାରେ ଆତ୍ମତ୍ୟା କରିବାର ଚିନ୍ତା…
- ନିଜ ଦେହର ମାଂସ ଖାଇଗଲେ କଏଦୀ ! ଛାତିଥରା ଘଟଣା
- ଆପଣଙ୍କ ପାସୱାର୍ଡ ଆଉ ଜଣଙ୍କ ପାଖରେ! ଜାଣନ୍ତୁ କିଏ…
- ଆଇପିଏଲ: ୯ ଖେଳାଳିଙ୍କୁ ନିଲାମ ତାଲିକାରୁ ବାଦ ଦେଲା ବିସିସିଆଇ
- Farmers request: ଧାନ ବିକ୍ରି ପାଇଁ ଜିଲ୍ଲାପାଳଙ୍କୁ ମୁଣ୍ଡିଆ ମାରି ନେହୁରା ହେଲେ ଚାଷୀ
Comments are closed.