Latest Odisha News

ରାଜ୍ୟରେ ତିନି ଦିନ ଲାଗି ରହିବ ବର୍ଷା , ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟକୁ ନେଇ ଯେଉଁ ବାତ୍ୟା ଆଶଙ୍କା କରାଯାଉଥିଲା ତାହା ଟଳିଛି । ଏବେ ଘୂର୍ଣ୍ଣବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି କିନ୍ତୁ ବାତ୍ୟାରେ ପରିଣତ ହେବାର ଆଶଙ୍କା ନାହିଁ । ତେବେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଗାମୀ ୩ ଦିନ ବର୍ଷା ଲାଗି ରହିବ ବୋଲି ଆଇଏମଡି ଡିଜି ସୂଚନା ଦେଇଛନ୍ତି। ଏଥିସହିତ କିଛି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି।

ଗତକାଲି ରାଜ୍ୟରେ ଆକାଶ ମେଘୁଆ ରହିବା ସହ କେତେକ ସ୍ଥାନରେ ବର୍ଷା ହୋଇଥିଲା । ଆଜି ମଧ୍ୟ ସକାଳୁ ସକାଳୁ ରାଜ୍ୟର କେତେକ ସ୍ଥାନରେ ଝିପି ଝିପି ବର୍ଷା ହେବା ସହ ଆକାଶ ମେଘାଚ୍ଛନ୍ନ ରହିଥିବା ଦେଖିବାକୁ ମିଳିଛି । ଆଜି ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, ଅନୁଗୁଳ, ମାଲକାନଗିରି, କୋରାପୁଟ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ଆଶଙ୍କା ।

ଆଜି ଏବଂ ଆସନ୍ତାକାଲି ମଧ୍ୟରେ କିଛି ଜିଲ୍ଲାରେ ସାମାନ୍ୟ ବର୍ଷା ହେବା ସହିତ ଆଉ କିଛି ଜିଲ୍ଲାରେ କାଳବୈଶାଖୀ ଓ ବଜ୍ରପାତ ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୬ରୁ ୧୭ ତାରିଖ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Comments are closed.