Latest Odisha News

BREAKING NEWS

ଗୁପ୍ତ ନୀତି ଲାଗି ୪ଘଣ୍ଟା ଯାଏଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ : ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରେ ସୋମବାର ଦିନ ହେବାକୁ ଥିବା ମହାପ୍ରଭୁଙ୍କ ଗୁପ୍ତନୀତି ପାଇଁ ପାଖାପାଖି ୪ ଘଣ୍ଟା ଧରି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ । ଏହି ସମୟ ମଧ୍ୟରେ ଶ୍ରଦ୍ଧାଳୁମାନେ ଶ୍ରୀଜିଉଙ୍କ ଦର୍ଶନ କରିପାରିବେ ନାହିଁ ।

ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ(ଏସଜିଟିଏ) ପକ୍ଷରୁ ଜାରି ସୂଚନା ଅନୁଯାୟୀ ଆଜି ଶ୍ରୀମନ୍ଦିରରେ ‘ଖସାପଡା ନୀତି’ ପାଇଁ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ।

ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟ ମଧ୍ୟରେ ଭକ୍ତମାନଙ୍କୁ ମନ୍ଦିର ମଧ୍ୟକୁ ପ୍ରବେଶ ଅନୁମତି ମିଳିବ ନାହିଁ ଏବଂ ମନ୍ଦିରର ମୁଖ୍ୟ ଦ୍ୱାର ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

ଏହି ସମୟ ଅବଧିରେ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିଲେ ମଧ୍ୟ ଶ୍ରଦ୍ଧାଳୁମାନେ ମୁଖ୍ୟ ଦ୍ୱାର ପରିସରରେ ଥିବା ଅନ୍ୟ ଦେବାଦେବୀଙ୍କ ଦର୍ଶନ କରିପାରିବେ । ରାତି ୮ଟା ପରେ ଶ୍ରଦ୍ଧାଳୁମାନେ ଶ୍ରୀଜିଉଙ୍କ ଦର୍ଶନ କରିପାରିବେ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

Comments are closed.