Latest Odisha News

BREAKING NEWS

ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଜି ୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ହେବା ସଙ୍ଗେ ସଙ୍ଗେ ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୫ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି । ମୃତ୍ୟୁ ବରଣ କରିଥିବା ୫ ଜଣଙ୍କ ସମ୍ପର୍କରେ ତଥ୍ୟ ପ୍ରଦାନ କରିଛନ୍ତି ସରକାର । ନବରଙ୍ଗପୁର ଜିଲ୍ଲାରୁ ୩ ଜଣ ଭୁବନେଶ୍ୱରରୁ ୨ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଭୁବନେଶ୍ୱରର ମୃତକଙ୍କ ଭିତରେ ଅଛନ୍ତି ଜଣେ ୭୦ ବର୍ଷୀୟା ମହିଳା ଏବଂ ଜଣେ ୫୧ ବର୍ଷୀୟା ମହିଳା ନବରଙ୍ଗପୁର ଜିଲ୍ଲାରୁ ୩ ପୁରୁଷ ମୃତକଙ୍କର ବୟସ ଯଥାକ୍ରମେ ୭୦, ୪୦ ଓ ୫୩ ବର୍ଷ ହେବ ।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୬୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୭୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୯୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୪ ହଜାର ୨୭୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।

Comments are closed.