Latest Odisha News

BREAKING NEWS

ଆଜି ଓଡ଼ିଶାର ୫ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ତଥା ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଥିବା ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ହେଉଛି । ଲଘୁଚାପ ବଳୟଟି ବର୍ତ୍ତମାନ ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଆଉ ଦୁଇ ଦିନ ବର୍ଷା ହେବ । ଆଜି ୫ ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁରକୁ ୟେଲୋ ଓ୍ୱାର୍ଣ୍ଣିଂ ଦିଆଯାଇଛି । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ସେହିପରି ଜି ବଜ୍ରପାତ ସହ ବର୍ଷା ନେଇ ୧୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଆସନ୍ତାକାଲି ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ସେହିଭଳି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।

୧୯ ଓ ୨୦ ତାରିଖ ଦୁଇ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଓ ବଜ୍ରପାତ ସହ ବର୍ଷା ସମ୍ଭାବନା ଥିବା କହିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୨୦ ତାରିଖ ପରେ ରାଜ୍ୟରେ ପାଗ ଶୁଖିଲା ରହିବ । ଲଘୁଚାପ ଜନିତ ବର୍ଷା ସରିବା ପରେ ପାଗରେ ସୁଧାର ଆସିବ । ଏହାପରେ ଧୀରେ ଧୀରେ କୁହୁଡ଼ି ସହ ଶୀତ ପଡ଼ିବା ଆରମ୍ଭ ହୋଇଯିବ ।

Leave A Reply

Your email address will not be published.