Latest Odisha News

BREAKING NEWS

କଟକ ଏସସିବି ମେଡିକାଲର ରେକର୍ଡ ରୁମରେ ଭୟାବହ ଅଗ୍ନିକାଣ୍ଡ

କଟକ : କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ ଆଣ୍ଡ କଲେଜର ରେକର୍ଡ ରୁମରେ ସୋମବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି ।

ମିଳିଥିବା ସୂଚନାନୁଯାୟୀ ରେକର୍ଡ ରୁମରେ କୌଣସି କାରଣବଶତଃ ନିଆଁ ଲାଗିଯାଇଥିଲା । ଏହି ଅଗ୍ନିକାଣ୍ଡ ଫଳରେ ରେକର୍ଡ ରୁମରେ ଥିବା ଅନେକ ଫାଇଲ୍ ଓ କାଗଜପତ୍ର ଜଳିପୋଡି ପାଉଁଶ ହୋଇଯାଇଛି ।

ତେବେ ଏଯାବତ୍ ଅଗ୍ନିକାଣ୍ଡର ସଠିକ୍ କାରଣ ସମ୍ପର୍କରେ ଜଣାପଡିନଥିବା ବେଳେ ସର୍ଟସର୍କିଟ୍ ଯୋଗୁଁ ଏଭଳି ଅଗ୍ନିକାଣ୍ଡ ଘଟିଥାଇପାରେ ବୋଲି ଅଗ୍ନିଶମ କର୍ମଚାରୀମାନେ ଅନୁମାନ କରିଛନ୍ତି ।

Leave A Reply

Your email address will not be published.