Latest Odisha News

BREAKING NEWS

କେନ୍ଦ୍ରୀୟ ସରକାରୀ କର୍ମଚାରୀଙ୍କୁ ଦୀପାବଳି ଭେଟି, ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି କଲେ କେନ୍ଦ୍ର ସରକାର

ଦିଲ୍ଲୀ : କେନ୍ଦ୍ର ସରକାରୀ କର୍ମଚାରୀ  ଓ ପେନସନ ଭୋଗୀଙ୍କ ପାଇଁ ଖୁସି ଖବର । ଦୀପାବଳି ପୂର୍ବରୁ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ ଭେଟି ଦେଇଛନ୍ତି କେନ୍ଦ୍ର ସରକାର । କେନ୍ଦ୍ର ସରକାରଙ୍କ କର୍ମଚାରୀ ଓ ପେନସନ ଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି ସରକାର । ଏନେଇ କେନ୍ଦ୍ରୀୟ କ୍ୟାବିନେଟ ନିଷ୍ପତି ମୁତାବକ କେନ୍ଦ୍ରୀୟ ସରକାରୀ ଓ ପେନସନ ଭୋଗୀଙ୍କ ୩ ପ୍ରତିଶତ ଅଧିକ ମହଙ୍ଗା ଭତ୍ତା ପାଇବେ।ଏହା ଦ୍ୱାରା କେନ୍ଦ୍ରସରକାରଙ୍କ ପ୍ରାୟ  ୪୭.୧୪ ଲକ୍ଷ କେନ୍ଦ୍ରୀୟ ସରକାରୀ କର୍ମଚାରୀ ଏବଂ ୬୮.୬୨ ଲକ୍ଷ ପେନସନଭୋଗୀ ଉପକୃତ ହେବେ। ଏନେଇ ବାର୍ଷିକ ୯,୪୮୮.୭୦ କୋଟି ଟଙ୍କା ଖର୍ଚ୍ଚ ହେବ।

ଆଜି କେନ୍ଦ୍ରୀୟ କର୍ମଚାରୀ ଓ ପେନସନ ଭୋଗୀଙ୍କୁ ଦେବାକୁ ଥିବା ମହଙ୍ଗା ଭତ୍ତା ବୃଦ୍ଧି କରିବା ନେଇ ଏକ କ୍ୟାବିନେଟ ବୈଠକ ବସିଥିଲା । ଏହି ବୈଠକରେ ମହଙ୍ଗା ଭତ୍ତାକୁ ୩ ପ୍ରତିଶତ ବୃଦ୍ଧି କରାଯାଇଛି । ଏନେଇ ସରକାରୀ ସ୍ତରରେ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ସୂଚନା ଦେବେ ।ଏହି ମହଙ୍ଗା ଭତ୍ତା ବୃଦ୍ଧି ଫଳରେ ମହଙ୍ଗା ଭତ୍ତା ୩୧ ପ୍ରତିଶତ ହୋଇଯିବ ।

ଚଳିତ ବର୍ଷ ଜୁଲାଇ ମାସରେ କେନ୍ଦ୍ର ମନ୍ତ୍ରିମଣ୍ଡଳ କେନ୍ଦ୍ରୀୟ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ମହଙ୍ଗା ଭତ୍ତା ଜୁଲାଇ ୧ ତାରିଖରୁ ୧୧ ପ୍ରତିଶତ ବୃଦ୍ଧି କରିବାର ନିଷ୍ପତ୍ତି ନେଇଥିଲେ  । ଏହାଦ୍ୱାରା ମହଙ୍ଗା ଭତ୍ତା ୧୭ ପ୍ରତିଶତରୁ ବୃଦ୍ଧି ପାଇ ୨୮ ପ୍ରତିଶତ ହୋଇଥିଲା । ଆଜି ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି ଫଳରେ ମହଙ୍ଗା ଭତ୍ତା ୩୧ ପ୍ରତିଶତରେ ପହଞ୍ଚିଛି । ଅର୍ଥାତ କେନ୍ଦ୍ର କର୍ମଚାରୀମାନଙ୍କୁ ସେମାନଙ୍କ ମୂଳ ଦରମାର ୩୧ ପ୍ରତିଶତ ଅଧିକ ମହଙ୍ଗା ଭତ୍ତା ମିଳିବ। ମହଙ୍ଗା ଭତ୍ତା ବଢିବା ଫଳରେ ଅନ୍ୟ ସୁବିଧାଗୁଡିକରେ ମଧ୍ୟ ଫାଇଦା ପାଇବେ କେନ୍ଦ୍ର ସରକାରୀ କର୍ମଚାରୀ । ଟ୍ରାଭେଲ୍‌ ଆଲୋଏନ୍ସ ଏବଂ ସିଟି ଆଲୋଏନ୍ସ ବୃଦ୍ଧି ପାଇବା ସହିତ ଅବସର ପରେ ପ୍ରୋଭିଟେଣ୍ଟ ଫଣ୍ଡ ଏବଂ ଗ୍ରାଚ୍ୟୁଟି ମଧ୍ୟ ବୃଦ୍ଧି ପାଇବ।

Leave A Reply

Your email address will not be published.