Latest Odisha News

BREAKING NEWS

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ବାରିପଦା ଗସ୍ତ, ସୁରକ୍ଷା ଦାୟିତ୍ବରେ ୩୩ ପ୍ଲାଟୁନ ଫୋର୍ସ

ମୟୂରଭଞ୍ଜ : ଆସନ୍ତାକାଲି ବାରିପଦା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଦିବାସୀ ବହୁଳ ମୟୂରଭଞ୍ଜ ଜିଲ୍ଲାରେ ଉତ୍ତମ ସ୍ବାସ୍ଥ୍ୟ ସେବା ପ୍ରଦାନ ଉଦ୍ଦେଶ୍ୟରେ କାଲି ବାରିପଦା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ । ଏହି ଅବସରରେ ହିତାଧିକାରୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରିବା ପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ଧମକ ଦିଆଯାଇଥିବା ବେଳେ, ଆଇନଶୃଙ୍ଖଳା ପରିସ୍ଥିତି ପାଇଁ ୩୩ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି ।

କେବଳ ବାରିପଦା ସହରରେ ୧୬ ପ୍ଲାଟୁନ ଏବଂ ଜିଲ୍ଲାର ଅବଶିଷ୍ଟ ୩ଟି ଉପଖଣ୍ଡର ୧୬ଟି ବ୍ଲକରେ ୧୭ ପ୍ଲାଟୁନ ଫୋର୍ସ ମୁତୟନ ହେବେ । ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ବିଏସକେଓ୍ବାଇ ଯୋଜନାରେ ଜିଲ୍ଲାର ୬ ଲକ୍ଷ ୧୨ ହଜାର ୧୫୦ଟି ପରିବାରକୁ ସ୍ମାର୍ଟ କାର୍ଡ ପ୍ରଦାନ କରିବେ । ମୁଖ୍ୟମନ୍ତ୍ରୀଙ୍କ ବାରିପଦା ଗସ୍ତକୁ ବିରୋଧ କରାଯିବ ବୋଲି ଦମକ ଦେଇଛି ମୟୂରଭଞ୍ଜ ମୁକ୍ତି ମୋର୍ଚ୍ଚା । ଶାନ୍ତି ଓ ଶୃଙ୍ଖଳା ରକ୍ଷା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପଦକ୍ଷେପ ଗ୍ରହଣ କରାଯାଇଛି ।

Leave A Reply

Your email address will not be published.