ପୁରୀ : ପୁରୀରେ ଅଭାବନୀୟ ଘଟଣା । ବିଲ ଭିତରେ ପଡ଼ିଛି ମୃତଦେହ । ସଦର ଥାନା ଅନ୍ତର୍ଗତ ପାଇକ ସାହି ଅଞ୍ଚଳରେ ଦେଖିବାକୁ ମିଳିଛି ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ ଶବ । ସ୍ଥାନୀୟ ଲୋକେ ମୃତଦେହ ଦେଖିବା ପରେ ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ପୁରୀ ସଦର ଓ ଚନ୍ଦନପୁର ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତ ବ୍ୟକ୍ତିଙ୍କ ପରିଚୟ ମିଳିନଥିବା ବେଳେ, କେଉଁ ପରିସ୍ଥିତିରେ ତାଙ୍କର ମୃତ୍ୟୁ ହୋଇଛି ସେ ନେଇ ପୋଲିସ ଅନୁସନ୍ଧାନ ଚଳାଇଛି । ତେବେ ବିଲ ଭିତରେ ଏହି ବ୍ୟକ୍ତିଙ୍କୁ ହତ୍ୟା କରି କେହି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ସେପଟେ ଏହା ହତ୍ୟା ନା ଅନ୍ୟ କିଛି ତାହା ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି ପୋଲିସ ସୂଚନା ଦେଇଛି । ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି ।
BREAKING NEWS
- 37th Sub Junior National Badminton Championship: ଫାଇନାଲରେ ଓଡ଼ିଆ ଯୋଡି ସ୍ଵାତୀ-ନିମିଶା
- ବିଡିଏ ପକ୍ଷରୁ ‘ଏକାମ୍ର ୱାକ୍’; ମୁଖ୍ୟ ଆକର୍ଷଣ ରହିବ ବୌଦ୍ଧର ଶବର ଶବରୁଣୀ ନାଟ
- Naxal Encounter: ଏହି ଜିଲ୍ଲାରେ ଦେଖାଦେଇଛି ମାଓ ଗତିବିଧି… ଜଙ୍ଗଲରେ ସୁରକ୍ଷାକର୍ମୀ -ମାଓବାଦୀ ମୁହାଁମୁହିଁ
- ୧୬ ମାସରେ ସରକାରୀ କଲେଜରୁ ରାଗିଂ ଜନିତ ୮ ଅଭିଯୋଗ: ମନ୍ତ୍ରୀ
- ୨୦୨୫ରେ ଭାରତୀୟମାନେ ଗୁଗୁଲରେ ଅଧିକ କଣ କରିଥିଲେ ସର୍ଚ୍ଚ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…
- କାହିଁକି ଫିଲ୍ମ ସାଇନ୍ କରୁନଥିଲେ ଐଶ୍ୱର୍ଯ୍ୟା, ଖୁଲାସା କଲେ ଅଭିନେତ୍ରୀ…
- ଆମେରିକା ଲୋକ ଅଧିକ କିଣୁଛନ୍ତି Made In India ସ୍ମାର୍ଟଫୋନ୍, ଜାଣନ୍ତୁ କାହିଁକି…
- ୧୦୦ ବର୍ଷରେ ଡା. ଲକ୍ଷ୍ମୀ ବାଈ; ଏମ୍ସକୁ ୩ କୋଟି ୪୦ ଲକ୍ଷ ଦାନ କରିଥିଲେ, ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
- ପୁଟିନଙ୍କ ରୁଷିଆରେ ଭାରତର ୧୦୦ ଟଙ୍କା ହୋଇଯାଏ କେତେ?
- Temple money belongs to deity: ମନ୍ଦିରର ଟଙ୍କା କାହାର? ଜାଣନ୍ତୁ କ’ଣ କହିଲେ ସୁପ୍ରିମକୋର୍ଟ
Comments are closed.