Latest Odisha News

ବିଜେଡିରେ ମିଶିଲେ ପୂର୍ବତନ କଂଗ୍ରେସ ସାଂସଦ ପ୍ରଦୀପ ମାଝୀ

ନବରଙ୍ଗପୁର: ଶଙ୍ଖ ଧରିଛନ୍ତି ପ୍ରଦୀପ ମାଝୀ । ସମର୍ଥକଙ୍କ ସହ ବିଜେଡିରେ ମିଶିଲେ ପୂର୍ବତନ କଂଗ୍ରେସ ସାଂସଦ ପ୍ରଦୀପ ମାଝୀ । ଧରାଶାୟୀ ବିରୋଧୀ, ଆହୁରି ଶକ୍ତିଶାଳୀ ହେଉଛି ବିଜେଡି । ପୂର୍ବତନ କଂଗ୍ରେସ ସାଂସଦ ଆଦି ବିଜେଡିରେ ଯୋଗ ଦେଇଛନ୍ତି । ଏକ ବିରାଟ ରାଲିରେ ସମର୍ଥକଙ୍କ ସହ ଆସିବା ସହ ବିଜେଡିରେ ମିଶିଛନ୍ତି ପ୍ରଦୀପ ମାଝୀ । ନବରଙ୍ଗପୁର ଚାଉଁରିଆଗୁଡ଼ାରେ ଆୟୋଜିତ ସ୍ୱତନ୍ତ୍ର ମିଶ୍ରଣ ପର୍ବରେ ଶଙ୍ଖ ଧରିଛନ୍ତି ପ୍ରଦୀପ ।

୧୦ ହଜାର ସମର୍ଥକଙ୍କୁ ଧରି ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥିତିରେ ବିଜେଡିରେ ପ୍ରଦୀପ ମାଝି ମିଶିଛନ୍ତି । ପ୍ରଦୀପ ଓ ତାଙ୍କ ସମର୍ଥକମାନେ ନବରଙ୍ଗପୁର ସହର ଚାଉଁରିଆଗୁଡା ଛକଠାରୁ ଏକ ବିଶାଳ ରାଲିରେ ନବରଙ୍ଗପୁର ସହର ପରିକ୍ରମା କରି ମାଝୀଗୁଡାଠାରେ ପହଞ୍ଚିଥିଲେ ।

ଏଠାରେ ସେ ବିଧିବଦ୍ଧ ଭାବେ ବିଜେଡିରେ ଯୋଗଦେଇଛନ୍ତି ।  ଏହି ମିଶ୍ରଣ ପର୍ବରେ ଅନେକ କର୍ମୀ ବିଜେଡିରେ ସାମିଲ ହୋଇଛନ୍ତି । ଏହି କାର୍ଯ୍ୟକ୍ରମରେ ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଉପସ୍ଥିତ ରହିଥିଲେ ।

ଗତ ୨୨ ତାରିଖରେ ପ୍ରଦୀପ କଂଗ୍ରେସ ନେତୃତ୍ୱ ପ୍ରତି ଅଙ୍ଗୁଳି ଉଠାଇ ଦଳରୁ ଇସ୍ତଫା ଦେଇଥିଲେ । କଂଗ୍ରେସ ହାଇକମାଣ୍ଡ, ପ୍ରଭାରୀ ଓ ପିସିସି ସଭାପତିଙ୍କୁ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଉଥିବା ଉଲ୍ଲେଖ କରି ପତ୍ର ପଠାଇଥିଲେ । ଦଳରେ ଲୋକ ସେବାର ସୁଯୋଗ ନଥିବାରୁ ଦୁଃଖରେ ଦଳ ଛାଡ଼ୁଥିବା ଲେଖିଥିଲେ ପ୍ରଦୀପ ।

Comments are closed.