Latest Odisha News

ରାଜ୍ୟରୁ ୨୪ ଘଣ୍ଟାରେ ୨୭୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା କାୟା କମୁଛି । ଏଣିକି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ପାଖାପାଖି ୩ଶହ ଭିତରେ ରହୁଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୨୭୧ ନୂଆ ସଂକ୍ରମିତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ଅଛନ୍ତି ୧୫୮ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୧୩ଟି । ୧୮ ବର୍ଷ ଭିତରେ ଆଉ ୬୦ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି । ୨୧ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ନୂଆ ଆକ୍ରାନ୍ତ ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୨ ଜଣ ପଜିଟିଭ୍ ବାହାରିଛନ୍ତି । କଟକରୁ ୨୩, ସମ୍ୱଲପୁରରୁ ୨୦, ବାଲେଶ୍ୱରରୁ ୧୪ ଏବଂ ଯାଜପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଆଉ ୧୦ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବାକି ଜିଲ୍ଲାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଦୁଇ ଅଙ୍କ ତଳେ ରହିଛି ।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୧୦ଲକ୍ଷ ୪୪ହଜାର ୬୯୯କୁ ବୃଦ୍ଧି ପାଇଛି । ସୁସ୍ଥ ହେଲେଣି ୧୦ଲକ୍ଷ ୩୩ହଜାର ୩୪୪ ସଂକ୍ରମିତ । ଏବେ ରାଜ୍ୟରେ ୨ହଜାର ୯୩୨ଟି ଆକ୍ଟିଭ୍ କେସ୍ ରହିଛି ।

Leave A Reply

Your email address will not be published.