Latest Odisha News

BREAKING NEWS

ବିଜେପୁରରେ ‘BSKY’ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ,ବିଭିନ୍ନ ପ୍ରକଳ୍ପର କଲେ ଲୋକାର୍ପଣ

ବରଗଡ଼ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ଼ର ବିଜେପୁର ଠାରେ ବିଜୁ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ କରିଛନ୍ତି । ଏଥିସହ ବରଗଡ଼ ବାସୀଙ୍କ ପାଇଁ ୩ ଶହ କୋଟି  ଟଙ୍କାର ବିଭିିନ୍ନ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ବିଜେପୁର ଗଣ୍ଡିପାଲି ମିନିଷ୍ଟାଡିୟମରେ ଆୟୋଜିତ ସଭାରେ ଯୋଗଦେଇ ହିତାଧିକାରୀଙ୍କୁ ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ। ଏହାଦ୍ୱାରା ଜିଲ୍ଲାର ୩ ଲକ୍ଷ ୬୪ ହଜାର ହିତାଧିକାରୀ ସ୍ମାର୍ଟ କାର୍ଡ ଦ୍ୱାରା ଉପକୃତ ହେବେ ।

ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ, ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ରାଜ୍ୟସଭା ସାଂସଦ ପ୍ରସନ୍ନ ଆଚାର୍ଯ୍ୟ ଏବଂ ୫-ଟି ସଚିବ ଭି କେ ପାଣ୍ଡିଆନ୍ ପ୍ରମୁଖ ଯୋଗ ଦେଇଥିଲେ ।ବରଗଡ଼ରେ ୭୧ଟି ସ୍କୁଲର ରୂପାନ୍ତର ହୋଇଛି । ସ୍ମାର୍ଟ ସ୍କୁଲ ଉଦଘାଟନ ସହିତ କ୍ୟାନସର ହସ୍ପିଟାଲର ଶିଳାନ୍ୟାସ,। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ବରଗଡ଼ ହେଉଛି ମାଆ ଲକ୍ଷ୍ମୀଙ୍କ ପବିତ୍ର ଭୂମି, ଓଡ଼ିଶାର ଭାତ ହାଣ୍ଡି ।

ଚାଷୀଙ୍କ ଭଳି ବରଗଡ଼ର ବୁଣାକାର ମଧ୍ୟ ସାରା ବିଶ୍ୱକୁ ସମ୍ବଲପୁରୀ ଶାଢ଼ି ଉପହାର ଦେଇଛନ୍ତି । ବରଗଡ଼ର ଚାଷୀ ଓ ବୁଣାକାରଙ୍କ ଦକ୍ଷତାକୁ ସମ୍ମାନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ସ୍ୱର୍ଣ୍ଣ ପଦକ ବିଜେତା ପ୍ରମୋଦ ଭଗତଙ୍କୁ ନେଇ ବରଗଡ଼ ଗର୍ବିତ । ମୁଖ୍ୟମନ୍ତ୍ରୀ ୩ ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଆରମ୍ଭ କରିଥିବା ବେଳେ ୨ ହଜାର ୫ ଶହ କୋଟିର ପ୍ରକଳ୍ପ କାର୍ଯ୍ୟ ଚାଲିଛି । ଗୁରୁତ୍ୱପୂର୍ଣ୍ଣ ଗଙ୍ଗାଧର ମେହେର ଉଠାଜଳସେଚନ କାର୍ଯ୍ୟ ୨ ହଜାର ୯୦ କୋଟି ଟଙ୍କାରେ ଚାଲିଛି । ୨୦୨୩ ସେପ୍ଟେମ୍ବର ସୁଦ୍ଧା ଏହି ପ୍ରକଳ୍ପରୁ ପାଣି ମିଳିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଲୋକମାନେ ସ୍ୱାସ୍ଥ୍ୟ ସମସ୍ୟାରେ ପଡ଼ିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି । ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ । ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ । ବିଜେପୁରରେ ଆୟୋଜିତ କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ, ସାଂସଦ ପ୍ରସନ୍ନ ଆଚାର୍ଯ୍ୟ, ବିଧାୟିକା ରୀତା ସାହୁ, ସ୍ନେହାଙ୍ଗୀନୀ ଛୁରିଆ ପ୍ରମୁଖ ଉଦବୋଧନ ଦେଇ ବିଭିନ୍ନ କ୍ଷେତ୍ରରେ ବିଜେପୁରର ବିକାଶ ଉପରେ ଆଲୋକପାତ କରିଥିଲେ ।

Leave A Reply

Your email address will not be published.