ଭୁବନେଶ୍ବର : ପୁରୀ ଓ ଗଞ୍ଜାମ ଜିଲ୍ଲାର ବୃହତ ପାନୀୟ ଜଳ ପ୍ରକଳ୍ପର କାର୍ଯ୍ୟକାରୀ ନେଇ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା । ବ୍ରହ୍ମଗିର ବ୍ଲକର ରାୟବିଧାର ପଞ୍ଚାୟତ ଭଣ୍ଡାରିକୁଦରେ ଥିବା ୫୯ଟି ଗାଁକୁ ଯୋଗାଇବାକୁ ଥିବା ବିଶୁଦ୍ଧ ପାନୀୟ ଜଳ ପ୍ରକଳ୍ପର କାର୍ଯ୍ୟ ଶୀଘ୍ର ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଯୋଜନା ବୋର୍ଡ ଉପାଧ୍ୟକ୍ଷ ।
ସେହିପରି ବ୍ରହ୍ମଗିରି ବ୍ଲକର ୬୯ଟି ଗାଁ, କୃଷ୍ଣପ୍ରସାଦ ବ୍ଲକର ୩୦, ଗଞ୍ଜାମ ଜିଲ୍ଲା ଓ ବ୍ରହ୍ମପୁର ନିର୍ବଚନ ମଣ୍ଡଳୀ ଅନ୍ତର୍ଗତ କୃଷ୍ଣପ୍ରସାଦ ବ୍ଲକର ୯୨ଟି ଗାଁକୁ ରାଜ୍ୟ ସରକାର ମଞ୍ଜୁର କରିଥିବା ଭୂତ ପାନୀୟ ଜଳ ପ୍ରକଳ୍ପର କାର୍ଯ୍ୟ ତ୍ବରାନ୍ବିତ କରିବାକୁ ବୈଠକରେ ଗୁରୁତ୍ବ ଦିଆଯାଇଛି । ସଂପୃକ୍ତ ଅଞ୍ଚଳ ଗସ୍ତ କରି ୭ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ପଞ୍ଚାୟତ ଓ ପାନୀୟ ଜଳ ବିଭାଗର ବରିଷ୍ଠ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ।
ଏହାସହ ୯୨ କୋଟି ଟଙ୍କା ବ୍ୟୟ ଅଟକଳରେ ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପୁରୀ ସଦର ବ୍ଲକର ୧୧ଟି ଗ୍ରାମ ପଞ୍ଚାୟତର ବୃହତ ପାନୀୟ ଜଳ ପ୍ରକଳ୍ପର କାର୍ଯ୍ୟ ଆରମ୍ଭ ଉପରେ ମଧ୍ୟ ବୈଠକରେ ଗୁରୁତ୍ବ ଦିଆଯାଇଛି । ଲୋକସେବା ମବନରେ ଆୟୋଜିତ ବୈଠକରେ ମୁଖ୍ୟ ଶାସନ ସଚିବଙ୍କ ସହ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ଶାସନ ସଚିବ ଅଶୋକ ମୀନା, ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକ ବି. ପରମେଶ୍ବର ଏବଂ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ସର୍ବୋଚ୍ଚ ଯନ୍ତ୍ରୀ ଓ ମୁଖ୍ୟ ଯନ୍ତ୍ରୀ ସାମିଲ ହୋଇଥିଲେ ।
Comments are closed.