Latest Odisha News

BREAKING NEWS

ଶ୍ରୀମନ୍ଦିର ଐତିହ୍ୟ କରିଡରର ପରିକ୍ରମା ମାର୍ଗ ପ୍ରକଳ୍ପ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

ପୁରୀ : ଶ୍ରୀମନ୍ଦିର ଐତିହ୍ୟ କରିଡରର ପରିକ୍ରମା ମାର୍ଗ ପ୍ରକଳ୍ପ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅନୁଷ୍ଠିତ ହୋଇଛି ପ୍ରସ୍ତୁତି ବୈଠକ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ପୁରୀ ଜିଲ୍ଲାପାଳ ଓ ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ ଅଧିକାରୀ ବୈଠକରେ ସାମିଲ ହୋଇ ଏନେଇ ଆଲୋଚନା କରିଛନ୍ତି । ଶ୍ରୀମନ୍ଦିର ପରିକ୍ରମା ମାର୍ଗର ନିର୍ମାଣ କାର୍ଯ୍ୟ ପୂର୍ବରୁ ଏକ ଯଜ୍ଞ ଅନୁଷ୍ଠିତ ହେବ ।

ଆସନ୍ତା ୨୨ ତାରିଖରୁ ୨୫ ତାରିଖ ଯାଏଁ ଶ୍ରୀମନ୍ଦିରର ଐସାନ କୋଣରେ ଏହି ଯଜ୍ଞ ହେବ । ୨୪ ତାରିଖରେ ଯଜ୍ଞ ପୂର୍ଣ୍ଣାହୂତି ହେବ । ଏହି ଦିନ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ଶିଳାନ୍ୟାସ ଉତ୍ସବରେ ମୁଖ୍ୟମନ୍ତ୍ରୀ ଯୋଗ ଦେବାର ସମ୍ଭାବନା ରହିଛି ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ତେବେ ମୁଖ୍ୟମନ୍ତ୍ରୀ କେଉଁ ଦିନ ଯୋଗ ଦେବେ, ତାହା ସରକାରୀ ଭାବେ ଘୋଷଣା ହୋଇନଥିବା ବେଳେ ଯଜ୍ଞ ପୂର୍ଣ୍ଣାହୁତି ଦିନ ଯୋଗ ଦେବାର କାର୍ଯ୍ୟକ୍ରମ ରହିଥିବା ବିଶେଷ ସୂତ୍ରରୁ ଜଣାପଡ଼ିଛି ।

Leave A Reply

Your email address will not be published.