ରାୟଗଡ଼ା : ପୂର୍ବତନ ମନ୍ତ୍ରୀ ଲାଲବିହାରୀ ହିମିରିକା ଅସୁସ୍ଥ । ୧୦୮ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଭୁବନେଶ୍ବରର ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଛି । ଗତ ଦୁଇ ଦିନ ପୂର୍ବରୁ ମର୍ଣ୍ଣିଂ ଓ୍ବାକ୍ କରୁଥିବା ବେଳେ, ହଠାତ୍ ତଳେ ପଡ଼ି ଯାଇଥିଲେ । ଫଳରେ ଅସୁସ୍ଥ ହୋଇ ସ୍ଥାନୀୟ ଡାକ୍ତର ଦ୍ବାରା ଚିକିତ୍ସିତ ହେଉଥିଲେ । ହେଲେ ଆଜି ହଠାତ୍ ଅଧିକ ଅସୁସ୍ଥ ହେବା ସହ ସେ କାହାକୁ ଚିହ୍ନି ପାରିନଥିଲେ । ଏହାସହ ମୁହଁ ସାମାନ୍ୟ ବଙ୍କା ହୋଇଯିବାରୁ ତାଙ୍କୁ ଭୁବନେଶ୍ବର ଆପୋଲୋ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ରାୟଗଡାର ପୂର୍ବତନ ବିଧାୟକ ହେଉଛନ୍ତି ଲାଲବିହାରୀ ହିମିରିକା । ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର ମନ୍ତ୍ରୀ ଦାୟିତ୍ବ ତୁଲାଇଛନ୍ତି ଲାଲ ବିହାରୀ ହିମିରିକା । ଗତ ୨୦୧୯ ସାଧାରଣ ନର୍ବାଚନରେ ପରାଜିତ ହୋଇଥିଲେ ।
BREAKING NEWS
- ଇରାନରେ ଜୋରଦାର ବିସ୍ଫୋରଣ; ପୋର୍ଟ ଓ ଆବାସିକ କୋଠା କ୍ଷତିଗ୍ରସ୍ତ…
- ୧୦ ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁର; ନିର୍ମାଣ ହେବ ପ୍ରତିରକ୍ଷା ଏବଂ ଏରୋସ୍ପେସ ସାମଗ୍ରୀ
- ମୋଦିଙ୍କ ଗସ୍ତ ପୂର୍ବରୁ ବୋମା ଧମକ, ଆଲର୍ଟରେ ପ୍ରଶାସନ…
- ଆଇଏଫଏସ ଅଧିକାରୀ କେ.ମୁରୁଗେସାନ୍ ହେଲେ ନୂଆ ପିସିସିଏଫ
- Puri Drowning: ଚକ୍ରତୀର୍ଥ ରୋଡ୍ ସମୁଦ୍ରରେ ବୁଡ଼ି ମାଆ,ପୁଅଙ୍କ ମୃତ୍ୟୁ; ଉଭୟ ଝାଡ଼ଖଣ୍ଡର…
- ହାତୀ ମୃତ୍ୟୁ ମାମଲା; ଏସିଏଫ ସୂର୍ଯ୍ୟକାନ୍ତ ବେହେରା ନିଲମ୍ବିତ
- ରଣଜୀ ଟ୍ରଫି: ଓଡିଶା ୨୨୧ ରନରେ ଅଗ୍ରଣୀ
- ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦିବଙ୍ଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ର
- ଲାଞ୍ଚ ନେଇ ବନ୍ଧା ହେଲେ ପଶୁଚିକିତ୍ସା କାର୍ଯ୍ୟାଳୟର କର୍ମୀ
- ମାଓ ସଂଗଠନ ପାଇଁ ଅଡିଓ ବାର୍ତ୍ତା ଜାରି କଲେ ଡିଜିପି; ସରେଣ୍ଡର ପାଇଁ ଏହି ଫୋନ୍ ନଂରେ ଯୋଗାଯୋଗ କରନ୍ତୁ…
Comments are closed.