ରାଉରକେଲା : ଅଧିକ ଲାଭର ଲୋଭ ଦେଖାଇ ଲୁଟି ନେଲେ ୧୫ ଲକ୍ଷ ଟଙ୍କା । ଇସ୍ପାତ ନଗରୀ ରାଉରକେଲାରୁ ଆସିଛି ଏଭଳି ଏକ ଘଟଣା । ସେୟାର ମାର୍କେଟରେ ଅଧିକ ଲାଭ ମିଳିବାର ଲୋଭ ଦେଖାଇ ରାଉରକେଲା ସହରର ଜଣେ ଯୁବକଙ୍କ ଠାରୁ ଟଙ୍କା ଠକି ନେଇଛନ୍ତି ଜଣେ ଯୁବକ । ୧୫ ଲକ୍ଷ ୮୧ ହଜାର ଟଙ୍କା ଠକି ନେଇଥିବା ଜଣେ ଠକକୁ ଗିରଫ କରିଛି ପୋଲିସ । ରାଉରକେଲା ସାଇବର ଥାନା ପୋଲିସ ଗୁଜରାଟରୁ ଠକକୁ ଗିରଫ କରି ଘଟଣାର ତଦନ୍ତ ଆରମ୍ଭ କରିଛି । ଗିରଫ ଅଭିଯୁକ୍ତ ଆଉ କେତେ ଜଣଙ୍କୁ ଏପରି ଠକିଛି, ସେନେଇ ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି । ତା ଠାରୁ ୫୦ ହଜାର ଟଙ୍କା, ବ୍ୟାଙ୍କ କାଗଜପତ୍ର, ଗୋଟିଏ ଆଧାର କାର୍ଡ, ଗୋଟିଏ ଭୋଟର କାର୍ଡ ଓ ଏଟିଏମ କାର୍ଡ ଜବତ ହୋଇଛି । ଗିରଫ ଅଭିଯୁକ୍ତକୁ ଆଜି କୋର୍ଟ ଚାଲାଣ କରାଯାଇଥିବା ବେଳେ, ରିମାଣ୍ଡରେ ଆଣି ପଚରାଉଚରା କରାଯିବ ବୋଲି ରାଉରକେଲା ଏସପି ମୁକେଶ କୁମାର ଭାମୁ ସୂଚନା ଦେଇଛନ୍ତି ।
BREAKING NEWS
- ପାର୍ବଣ ଋତୁ ପୂର୍ବରୁ ସୁରକ୍ଷା ପ୍ରସ୍ତୁତି ପାଇଁ ଡିଜିପିଙ୍କ ନିର୍ଦ୍ଦେଶ;ଗୁଇନ୍ଦା ସୂଚନା ସଂଗ୍ରହ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଉପରେ ଗୁରୁତ୍ୱାରୋପ
- “ମାଳିପୁଟ ମେଲୋଡିଜ୍” ଏହି ଦିନ ହେବ ରିଲିଜ;କୋରାପୁଟରେ ଜୀବନ ଓ ସଂଘର୍ଷର କାହାଣୀ କହିବ …
- ସ୍କୁଲ ଗେଟ୍ ନିକଟରେ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ
- ୨୪ ଘଣ୍ଟା ଭିତରେ ଓଡ଼ିଶାରେ ଦୁଇଟି ବ୍ୟାଙ୍କ ଲୁଟ୍: ବନ୍ଧୁକ ମୁନରେ ସୁନ୍ଦରଗଡ଼ ଓ ବାଲେଶ୍ୱରରୁ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
- କଣ୍ଟେନରରୁ ମିଳିଲା ୧ କୋଟି ଟଙ୍କାର ଗଞ୍ଜେଇ;୨ ଗିରଫ
- ରାଜପାଲ୍ ଯାଦବଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଆଶ୍ୱସ୍ତି: ଜେଲ୍ ଯିବାରୁ ବର୍ତ୍ତିଲେ, କିନ୍ତୁ ରଖିଲେ ଏହି କଡ଼ା ସର୍ତ୍ତ
- ମେଦବହୁଳତା କମାଇବା ସହ ଦିନସାରା ଶରୀରକୁ ଫୁର୍ତ୍ତି ରଖିବ ‘ବୁଲେଟପ୍ରୁଫ୍ କଫି’, ଏହି ସହଜ ଉପାୟରେ ଘରେ ବନାନ୍ତୁ
- ସମୁଦ୍ରରେ ବୁଡ଼ିଲା ମାଲବାହୀ ଜାହାଜ, କୋର୍ଟରେ ପହଞ୍ଚିଲା ମାମଲା: ନ୍ୟାୟ ମାଗିଲା କ୍ଷତିଗ୍ରସ୍ତ ସଂସ୍ଥା
- ଦୁର୍ନୀତିଗ୍ରସ୍ତ ବାବୁଙ୍କୁ ଧରିଲା ଭିଜିଲାନ୍ସ: ୧.୧୫ କୋଟି ଆତ୍ମସାତ୍ ମାମଲାରେ ଜୁନିୟର ଆସିଷ୍ଟାଣ୍ଟ ଗିରଫ
- ଆଲୋଚନା ମାଧ୍ୟମରେ ଭାରତ – ବାଂଲାଦେଶ ବିବାଦର ସମାଧାନ କର : ବାଂଲା ରାଷ୍ଟ୍ରପତି

Comments are closed.