Latest Odisha News

BREAKING NEWS

ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ବାଲେଶ୍ୱର ଶାଖାର ପୂର୍ବତନ ରିଜିଓନାଲ ମ୍ୟାନେଜରଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧୀ ଅଭିଯାନ ଜାରି । ରାଜ୍ୟ ପ୍ରଦୂଷଣ ଓ ନିୟନ୍ତ୍ରଣ ବୋର୍ଡର ବାଲେଶ୍ୱର ଶାଖାର ପୂର୍ବତନ ରିଜିଓନାଲ ମ୍ୟାନେଜର ନରୋତ୍ତମ ବେହେରାଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । ଶ୍ରୀ ବେହେରାଙ୍କୁ ଅପାରଗତା ଓ ଦୁର୍ନୀତି ଯୋଗୁଁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୩୨ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ବା ଚାକିରୀରୁ ବହିଷ୍କାର କରାଗଲାଣି ।

ସାଧାରଣ ଜୀବନରେ ସାଧୁତା ଓ ନୈତିକତା ବଜାୟ ରଖିବା ସହ ଜନସାଧାରଣଙ୍କୁ ସ୍ୱଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି। ସବୁ ସମୟରେ ପ୍ରଶାସନିକ ବ୍ୟବସ୍ଥାରେ ସ୍ୱଚ୍ଛତା ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରିଆସିଛନ୍ତି।  ରାଜ୍ୟ ସରକାର ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ କଠୋର ପଦକ୍ଷେପ ଜାରି ରଖିଛନ୍ତି।

Comments are closed.