Latest Odisha News

BREAKING NEWS

ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ, ଜଣେ ଯବାନ ଗୁରୁତର

ମାଲକାନଗିରି: ମାଲକାନଗିରି ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲ୍ଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ । ଏଥିରେ ଜଣେ ଯବାନ ଗୁରୁତର ହୋଇଥିବା ସୂଚନା ମିଳିଛି ।

ଜିଲ୍ଲାର ମଦେଡ଼ ଥାନା ଜଙ୍ଗଲରେ ମାଓ କ୍ୟାମ୍ପ ଚାଲିଥିବା ନେଇ ଗୁଇନ୍ଦା ସୂଚନା ମିଳିବା ପରେ ଡ଼ିଆରଜି ବାହିନୀ ପକ୍ଷରୁ କୁମ୍ବିଂ ଅପରେସନ ଆରମ୍ଭ କରାଯାଇଥିଲା । ଯବାନଙ୍କ ଆସିବା ଦେଖି ମାଓବାଦୀମାନେ ଗୁଳି ଚାଳନା କରିଥିଲେ । ଯବାନମାନେ ମଧ୍ୟ ପାଲଟା ଆକ୍ରମଣ କରିଥିବା ସୂଚନା ରହିଛି । ବର୍ତ୍ତମାନ ମଧ୍ୟ ସମ୍ପୃକ୍ତ ଅଞ୍ଚଳରେ ଉଭୟ ପକ୍ଷ ମଧ୍ୟରେ ଗୁଳିବିନିମୟ ଜାରି ରହିଥିବା ଜଣାପଡ଼ିଛି ।

Leave A Reply

Your email address will not be published.