Latest Odisha News

BREAKING NEWS

ଦୁର୍ଘଟଣାରେ ମୃତ ଛାତ୍ରଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଗଞ୍ଜାମରୁ ପିକନିକ ଯାଉଥିବା ଏକ ଗାଡି ବାଲୁଗାଁ ଠାରେ ଦୁର୍ଘଟଣା ଗ୍ରସ୍ତ ହେବା ଫଳରେ । ଏଥିରେ ରଙ୍ଗେଇଲୁଣ୍ଡା ଅଞ୍ଚଳର ତିନିଜଣ ଛାତ୍ରଙ୍କର ମୃତ୍ୟୁ ହୋଇ ହେବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା କରିଛନ୍ତି । ଶୋକ ସନ୍ତପ୍ତ ପରିବାରକୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ପରିବାରକୁ ଦୁଇଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣ କରିଛନ୍ତି ମୁଖ୍ୟମନ୍ତ୍ରୀ ।ଏହା ସହ ଦୁର୍ଘଟଣାରେ ଆହତ ମାନଙ୍କୁ ଉତ୍ତମ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏବଂ ଆହତ ମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Comments are closed.