Latest Odisha News

BREAKING NEWS

ଓମିକ୍ରନ ମୁକାବିଲା ପାଇଁ ପ୍ରସ୍ତୁତ ରାଜ୍ୟ ସରକାର

ଭୁବନେଶ୍ବର : କରୋନାର ନୂଆ ଭାରିଆଣ୍ଟ ଓମିକ୍ରନର ମୁକାବିଲା ପାଇଁ ସଂପୂର୍ଣ୍ଣ ପ୍ରସ୍ତୁତ ରାଜ୍ୟ ସରକାର । ଓମିକ୍ରନ ବିରୋଧରେ ସ୍ବଦେଶୀ ଟିକା କାମ କରୁଛି । ଏହାକୁ ନେଇ ଭୟଭୀତ ହେବାର କିଛି କାରଣ ନାହିଁ ବୋଲି କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ । ଯେଉଁମାନେ ବିଦେଶରୁ ଆସୁଛନ୍ତି, ସେମାନଙ୍କ ଉପରେ ରାଜ୍ୟ ସରକାର କଡ଼ା ନଜର ରଖିଛନ୍ତି । ବିଦେଶ ଫେରନ୍ତାଙ୍କ ପାଇଁ ହୋମ୍ କ୍ବାରେଣ୍ଟାଇନ୍ ବାଧ୍ୟତାମୂଳକ କରାଯାଇଛି । ଏହାସହ ବିଦେଶରୁ ଫେରୁଥିବା ଯାତ୍ରୀଙ୍କୁ ରାଜ୍ୟକୁ ଅବଗତ କରିବାକୁ କେନ୍ଦ୍ର ସରକାରଙ୍କୁ କୁହାଯାଇଛି । ସେହିପରି ଶିକ୍ଷାନୁଷ୍ଠାନ ପାଇଁ ମଧ୍ୟ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ଶିକ୍ଷାନୁଷ୍ଠାନରେ କିଭଳି କରୋନା ନବ୍ୟାପିବ ସେଥିପାଇଁ କରାଯାଇଛି ସ୍ବତନ୍ତ୍ର ପଦକ୍ଷେପ ନିଆଯାଉଛି ବୋଲି କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ।

ଅନ୍ୟପଟେ ନୂଆ ଭ୍ୟାରିଆଣ୍ଟ ଓମିକ୍ରନର ମୁକାବିଲା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମଧ୍ୟ ପ୍ରସ୍ତୁତ ରହିଛି । ସ୍କୁଲରେ ଏସଓପି ପାଳନ କରାଯାଉଥିବା ବେଳେ, ଜିଲ୍ଲା ପ୍ରଶାସନ ନିୟମିତ ଭାବେ ତଦାରଖ କରୁଛନ୍ତି । ଏହାସହ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଯଦି କୌଣସି ଲକ୍ଷଣ ଦେଖାଯାଏ, ତେବେ ସେମାନଙ୍କୁ ଆଇସୋଲେସନରେ ରଖାଯାଇ ଚିକିତ୍ସା କରାଯିବ । ଛାତ୍ରଛାତ୍ରୀଙ୍କ ପାଠପଢା ଉପରେ ଗୁରୁତ୍ବ ଦିଆଯାଉଛି । ମେଡିକାଲ ଟିମ୍ ଯେପରି ନିୟମିତ ଭାବେ ସ୍କୁଲ ବୁଲିବେ, ସେଥିପାଇଁ ସ୍ବାସ୍ଥ୍ୟ ବିଭାଗ ସହ ଆଲୋଚନା କରାଯାଇଛି ବୋଲି କହିଛନ୍ତି ଗଣ ଶିାମନ୍ତ୍ରୀ ସମୀର ରଞ୍ଜନ ଦାଶ ।

Leave A Reply

Your email address will not be published.