Latest Odisha News

ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ୧୫୧ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୮୯ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଛନ୍ତି । ୬୨ଜଣ ସ୍ଥାନୀୟ ସଂକ୍ରମଣରୁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୧୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଅନୁଗୁଳ ଜିଲ୍ଲାରୁ ଜଣେ, ବରଗଡ଼ରୁ ଜଣେ, ଭଦ୍ରକରୁ ଜଣେ, ବଲାଙ୍ଗୀରରୁ ଜଣେ, କଟକରୁ ୬ଜଣ, ଢ଼େଙ୍କାନାଳରୁ ୨ଜଣ, ଗଜପତିରୁ ୨ଜଣ, ଗଞ୍ଜାମରୁ ୩ଜଣ, ଯାଜପୁରରୁ ୬ଜଣ, ଝାରସୁଗୁଡ଼ାରୁ ୨ଜଣ, କେନ୍ଦ୍ରାପଡ଼ାରୁ ୨ଜଣ, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୬୩ଜଣ, କୋରାପୁଟରୁ ୬ଜଣ, ମୟୁରଭଞ୍ଜରୁ ୩ଜଣ, ନୟାଗଡ଼ରୁ ଜଣେ, ପୁରୀରୁ ୧୦ଜଣ, ରାୟଗଡ଼ାରୁ ୨ଜଣ, ସମ୍ବଲପୁରରୁ ୬ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୧୫ଜଣ ଓ ଷ୍ଟେଟ ପୁଲରୁ ୧୬ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୦ଲକ୍ଷ ୫୦ହଜାର ୫୦୫ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୦ଲକ୍ଷ ୩୯ହଜାର ୯୨୧ଜଣ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ୨ହଜାର ୧୦୭ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

Comments are closed.