Latest Odisha News

ରାଜ୍ୟରେ ଗତ ୨୪ଘଣ୍ଟାରେ ୨୫୫ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ୨୫୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୫୨ଜଣ ଚିହ୍ନଟ ହୋଇଛନ୍ତି । ସ୍ଥାନୀୟ ସଂକ୍ରମଣରୁ ୧୦୩ଜଣ କୋଭିଡ଼ ପଜିଟିଭ ହୋଇଛନ୍ତି । ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୫୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

୨୪ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୪ଜଣ, ଭଦ୍ରକରୁ ୨ଜଣ, ବଲାଙ୍ଗୀରରୁ ୨ଜଣ, କଟକରୁ ୧୨ଜଣ, ଢ଼େଙ୍କାନାଳରୁ ୨ଜଣ, ଗଜପତିରୁ ୨ଜଣ, ଗଞ୍ଜାମରୁ ୨ଜଣ, ଜଗତସିଂହପୁରରୁ ଜଣେ, ଯାଜପୁରରୁ ୧୬ଜଣ, ଝାରସୁଗୁଡ଼ାରୁ ୨ଜଣ, କେନ୍ଦ୍ରାପଡ଼ାରୁ ୪ଜଣ, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୧୦୬ଜଣ, ମୟୁରଭଞ୍ଜରୁ ୨୨ଜଣ, ନୟାଗଡ଼ରୁ ଜଣେ, ପୁରୀରୁ ୪ଜଣ, ସମ୍ବଲପୁରରୁ ୧୯ଜଣ, ସୁନ୍ଦରଗଡ଼ରୁ ୧୮ଜଣ ଏବଂ ଷ୍ଟେଟ୍ ପୁଲରୁ ୨୫ଜଣ କୋଭିଡ଼ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ସୂଚନା ଅନୁଯାୟୀ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ଲକ୍ଷ ୫୦ ହଜାର ୭୬୦ଜଣ କୋଭିଡ଼୍ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିରୁ ୧୦ଲକ୍ଷ ୪୦ହଜାର ୧୩୯ଜଣ ସୁସ୍ଥ ଅଛନ୍ତି । ଏପର୍ଯ୍ୟନ୍ତ ୨ହଜାର ୧୪୨ଜଣ ସକ୍ରିୟ ସଂକ୍ରମଣ ରହିଛନ୍ତି ।

Comments are closed.