Latest Odisha News

BREAKING NEWS

ଜୋର ଧରିଲା ମମିତା ପ୍ରସଙ୍ଗ, ପୁଲିସ-ବିଜେପି କର୍ମୀ ଧସ୍ତାଧସ୍ତି

ରଣକ୍ଷେତ୍ର ପାଲଟିଲା ଲୋୟର ପିଏମଜି । ମିମତା ପ୍ରସଙ୍ଗ ନେଇ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି । ଏହାର ପ୍ରତିବାଦରେ ବିଜେପି ଯୁବମୋର୍ଚ୍ଚାର ବିଶାଳ ରାଲି । ବିଜେପି ରାଜ୍ୟ କାର୍ୟ୍ୟାଳୟରୁ ବିଧାନସଭା ଯାଏ ହଜାର ହଜାର ବିଜେପି ଯୁବମୋର୍ଚ୍ଚା କର୍ମୀ ଲୋୟର ପିଏମଜି ପର୍ୟ୍ୟନ୍ତ ଶୋଭାଯାତ୍ରାରେ ଯାଇ ଧାରଣାରେ ବସିଲେ ।

ପ୍ରତିବାଦ ଶୋଭାଯାତ୍ରା ବେଳେ ଲୋୟର ପିଏମଜିରେ ପୁଲିସ-ବିଜେପି କର୍ମୀ ଧସ୍ତାଧସ୍ତି ହୋଇଥିଲେ । ବିଜେପି କର୍ମୀ ମାନଙ୍କୁ ପୋଲିସର ଲାଠିମାଡ କରାଯାଇଛି । ପ୍ରତିବାଦ ବେଳେ ବିଜେପି କର୍ମୀଙ୍କୁ ଘଉଡାଇବାକୁ ଠେଲା ପେଲା କରିବା ସହିତ ଲାଠି ଚାର୍ଜ କରିଛି ପୋଲିସ୍ ।
ପୁଲିସ୍ ବ୍ୟାରିକେଡ ଭାଙ୍ଗି ବିଧାନସଭାକୁ ଅଗ୍ରସର ହେବାକୁ ଉଦ୍ୟମ ହେଉଥିବା ବେଳେ କେତେକ ବିଜେପି କର୍ମୀଙ୍କୁ ପୁଲିସ ଗିରଫ କରିଥିଲା।

କର୍ମୀମାନେ ପୁଲିସ ଭ୍ୟାନକୁ ଭାଙ୍ଗିବାକୁ ଉଦ୍ୟମ କରିଥିଲେ। ପୁଲିସ କର୍ମୀଙ୍କୁ ଘଉଡ଼ାଇବା ଲାଗି ଉଦ୍ୟମ କରିଥିଲେ । ଏଥରେ ଆରଆରବି ଯବାନ ଓ କିଛି ସାମ୍ବାଦିକ ଆହତ ହୋଇଥିବା ସୂଚନା ମିଳିଛି ।

ସେପଟେ ଜାଣିଶୁଣି ବିଜେପି କର୍ମୀ ମାନଙ୍କୁ ମାଡ଼ ମରାଯାଉଥିବା ଅଭିଯୋଗ ଆଣିଛି ଦଳ। ଯେପର୍ଯ୍ୟନ୍ତ ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ବହିଷ୍କାର କରାଯାଇନି ସେ ପର୍ଯ୍ୟନ୍ତ ଏହି ଧାରଣା ଜାରି ରହିବ। ଏପରିକି ନ୍ୟାୟ ନମିଳିଲେ ଆଗକୁ ଜୋରଦାର ଆନ୍ଦୋଳନ କରାଯିବ ବୋଲି ଦଳପକ୍ଷରୁ ଚେତାବନୀ ଦିଆଯାଇଛି ।

Comments are closed.